ସାମ୍ବାଦିକଙ୍କୁ ସୁରକ୍ଷା, ପେନସନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଓୟୁଜେର ସ୍ମାରକପତ୍ର

ଛତ୍ରପୁର,୧୫।୨(ସନ୍ତୋଷ ପାଢ଼ୀ): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ) ଗଞ୍ଜାମ ଜ଼ିଲା କମିଟି ପକ୍ଷରୁ ସାମ୍ବାଦିକମାନଙ୍କ ୩ ଦଫା ଦାଦି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜ଼ିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ମାସିକ ଅନ୍ୟୁନ ୨୫ ହଜାର ଟଙ୍କା ପେନ୍‌ସନ୍‌ ପ୍ରଦାନ କରାଯାଉ। ଦେଶର ୧୮ଟି ରାଜ୍ୟରେ ସାମ୍ବାଦିକମାନେ ପେନସନ ସୁବିଧା ପାଉଛନ୍ତି। ସାମ୍ବାଦିକମାନଙ୍କ ନିରାପତ୍ତା ପାଇଁ ବିଧାନସଭାର ଚଳିତ ଅଧିବେଶନରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯାଉ। ଇତିମଧ୍ୟରେ ମହାରାଷ୍ଟ୍ର ଓ ଛତିଶଗଡ଼ ସରକାର ଏଭଳି ଆଇନ ପ୍ରଣୟନ କରିସାରିଛନ୍ତି। ବିଡ଼ମ୍ବନାର ବିଷୟ ହେଲା ରାଜ୍ୟରେ ଦୀର୍ଘ ୧୬ବର୍ଷ ହେଲା ସାମ୍ବାଦିକ ଅଧିସ୍ବୀକୃତି କମିଟି ନାହିଁ। ତୁରନ୍ତ ରାଜ୍ୟରେ ସାମ୍ବାଦିକ ଅଧିସ୍ବୀକୃତି କମିଟି ଗଠନ କରିବାକୁ ଦାବି ହୋଇଛି। ସାମ୍ବାଦିକଙ୍କ ନ୍ୟାୟୋଚିତ ଦାବି ପ୍ରତି ସରକାର ଉଦାସୀନ ରହିଲେ ଓଡ଼ିଶା ସାମ୍ବାଦିକ ୟୁନିଅନ ପୁଣିଥରେ ଆନ୍ଦୋଳନ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଉକ୍ତ ସ୍ମାରକପତ୍ରରେ କୁହାଯାଇଛି। ଏହି ସ୍ମାରକପତ୍ର ପ୍ରଦାନ ବେଳେ ଓୟୁଜେର ପୂର୍ବତନ ସଭାପତି ପ୍ରକାଶ ପାଣିଗ୍ରାହୀ, ଓୟୁଜେର ଗଞ୍ଜାମ ଜିଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ମିଶ୍ର, ଅଶୋକ କୁମାର ରଥ, କ୍ଷେତ୍ରବାସୀ ସାହୁ, ସୁଧୀର କୁମାର ନାହାକ, ରବୀନ୍ଦ୍ର ନାହାକ, ଅରୁଣ କୁମାର ପଣ୍ଡା, ଜ଼ିଲା ସମ୍ପାଦକ ସନ୍ତୋଷ କୁମାର ପଣ୍ଡା, ଦେବବ୍ରତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri