ଇଟାଭାଟି ନିକଟରୁ ମିଳିଲା ମୃତଦେହ: ମୁହଁରେ ଲାଗିଛି ଲଙ୍କାଗୁଣ୍ଡ, ପାଖରେ ପଡ଼ିଛି ମଦ ବୋତଲ

 ରାଇଘର, ୧୫।୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ୍‌  ବିଜୁ ପଟ୍ଟନାୟକ ମଡର୍ନ  ସ୍କୁଲ ପାଖ ଏକ ଇଟାଭାଟି ନିକଟରୁ ଶନିବାର ଜଣେ ଯୁବକଙ୍କ  ମୃତଦେହ ମିଳିଛି। ସେ ହେଲେ ରାଇଘର ବ୍ଲକ୍‌ ମାରଙ୍ଗପାଲି  ଗ୍ରାମର   ପବିତ୍ର ହରିଜନ(୨୮)।  ମୃତବ୍ୟକ୍ତିଙ୍କ ମୁହଁରେ ଲଙ୍କା ଗୁଣ୍ଡ ଲଗାଯାଇଛି। ଘଟଣାସ୍ଥଳରୁ ମଦ ବୋତଲ ସହ ଲଙ୍କାଗୁଣ୍ଡ ପ୍ୟାକେଟ ମିଳିଛି। ପାରିପାର୍ଶ୍ୱିକ ଅବସ୍ଥା ଦେଖି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଇଛି।
ସୂଚନାନୁଯାୟୀ, ପବିତ୍ର ବାହାରେ ଦାଦନ ଖଟିବାକୁ ଯାଆନ୍ତି। ସେ ପ୍ରାୟ ୨ ମାସ ହେବ ଗାଁକୁ ଫେରିଥିଲେ। ଶୁକ୍ରବାର ସକାଳେ ଘରୁ ବାହାରିଥିଲେ। ସେ ଦିନରେ ମା’ଙ୍କ ସହ ଫୋନ୍‌ରେ କଥା ମଧ୍ୟ ହୋଇଥିଲେ। ଦିନବେଳା ରାଇଘର ହାଟରେ ପବିତ୍ର ବୁଲୁଥିବା ନେଇ ସ୍ଥାନୀୟ ଲୋକେ ଦେଖିଥିଲେ। କିନ୍ତୁ ସନ୍ଧ୍ୟାରେ ତାଙ୍କ ମା’ ପବିତ୍ରଙ୍କୁ ଫୋନ୍‌ ଲଗାଇଥିଲେ ମଧ୍ୟ ତାହା ଲାଗି ନ ଥିଲା। ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। କିନ୍ତୁ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଶନିବାର ସକାଳେ କେତେଜଣ ଲୋକ ଇଟାଭାଟି ରାସ୍ତା ଦେଇ ଯାଉଥିବାବେଳେ ପବିତ୍ରଙ୍କ ମୃତଦେହ ଦେଖିଥିଲେ।
ସେମାନେ ରାଇଘର ପୋଲିସ ଓ ପବିତ୍ରଙ୍କ ଘର ଲୋକଙ୍କୁ ଖବର ଦେଇଥିଲେ। ଖବରପାଇ ଉମରକୋଟ ଭାରପ୍ରାପ୍ତ ଏସ୍‌ଡିପିଓ ମୀନାକ୍ଷୀ ଠାକୁର, ରାଇଘର ଥାନାଧିକାରୀ ରଘୁନାଥ ମାଝୀ  ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ରାଇଘର ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା।  ପୁଅଙ୍କୁ ହତ୍ୟା କରାଯାଇଥିବା ନେଇ ମୃତକଙ୍କ ମା’ ରାଇଘର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ କେସ୍‌ ନଂ. ୩୭/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri