ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି କରିବ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ

ଦିଗପହଣ୍ଡି,୧୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ମେଳାରେ ବିଡିଓ ଡ. ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥି, ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ।

ସେହିପରି ଜିଲା ପରିଷଦ ପ୍ରତିନିଧି ଏମ୍‌ . ନିରଞ୍ଜନ ରେଡ୍ଡୀ, ଆଙ୍କୋରଡ଼ା ପଞ୍ଚାୟତ
ସରପଞ୍ଚ ପ୍ରତିନିଧି ଶିଶିର କୁମାର ପ୍ରଧାନ, ଚିକିଟି ମହାବିଦ୍ୟାଳୟ ଅଧ୍ୟକ୍ଷା ନିବେଦିତା ପାଢ଼ୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ, ରସାନନ୍ଦ ଘଡ଼େଇ, ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ନିହାରିକା ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମନାଥ ବିଷୋୟୀ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ପଦ୍ମନାଭପୁର କ୍ଲଷ୍ଟର ସିଆରସିସି ଶ୍ରୀକାନ୍ତ ସାମନ୍ତରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଛାତ୍ରୀଛାତ୍ରଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଦକ୍ଷତା ବୃଦ୍ଧି କରି ସେମାନଙ୍କ ବୁଦ୍ଧିମତାର ବିକାଶ କରିବା ନିପୁଣ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟ ଆଭିମୁଖ୍ୟ ବୋଲି ଅତିଥିବୃନ୍ଦ ମତପ୍ରକାଶ କରିଥିଲେ।

ଏହି ପରିପ୍ରେକ୍ଷୀରେ ଦିଗପହଣ୍ଡି ବ୍ଲକ ଅଧିନସ୍ଥ ୧୬ଟି କ୍ଲଷ୍ଟର ୨ ଶହରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀଙ୍କ ଦାରା ନିପୁଣ ଓଡ଼ିଶା, ଜୀବନ୍ତ ଶିକ୍ଷାଦାନ, ଅଭିନବ ଶିକ୍ଷଣ ସାମଗ୍ରୀ, ଆଲୋଚନା ଏବଂ ମତାମତ ଭଳି ୫ଟି ଷ୍ଟଲ୍‌ରେ ପରିବେଷିତ ପ୍ରକଳ୍ପକୁ ଅତିଥି ବୃନ୍ଦ ପରିଦର୍ଶନ କରିଥିଲେ। ବିଭିନ୍ନ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଶେଷରେ ପ୍ରତିଯୋଗୀମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଉପସ୍ଥିତ ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ ଏବଂ ଶିକ୍ଷାର୍ଥୀମାନେ ଶପଥ ପାଠ କରିଥିବା ବେଳେ ବିଭିନ୍ନ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଏଫ୍‌ଏଲ୍‌ଏନ୍‌ ଗ୍ରେଡର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ସମସ୍ତ ସିଆରସିସି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri