Sahadev Nayak Murder Case: ସହଦେବ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ କଲେ ଆତ୍ମସର୍ମପଣ

ଭୁବନେଶ୍ୱର,୧୬ା୨: ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣା ଦିନ ସହଦେବଙ୍କୁ ବିଚ୍‌ ରାସ୍ତାରେ ଖଣ୍ଡାରେ ହାଣି ଦେଇଥିଲେ। ଏହା ପରେ ରମା ମୁଖ୍ୟ ଅଭିଯୁକ୍ତ ବୋଲି ମୃତ ସହଦେବଙ୍କ ସ୍ତ୍ରୀ ଅଭିଯୋଗ କରିଥିଲେ। ସେହିଦିନଠାରୁ ରମା ଫେରାର ଥିବାବେଳେ ଆଜି ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ  କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସହଦେବଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।

ପୂର୍ବରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ତଥା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଥିଲା।। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୬ ଜଣଙ୍କୁ ପୋଲିସ ବାନ୍ଧି ସାରିଥିବାବେଳେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ରମାଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri