ବିକଳ୍ପ ଶକ୍ତିର ଉପଯୋଗ ଉପରେ ମାନବ ଜାତିର ଗୁରୁତ୍ୱ

ଭୁବନେଶ୍ୱର,୧୭।୨ (ଅଭୟ ଦାଶ): ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ (ମିନିଷ୍ଟ୍ରି ଅଫ୍‌ ପେଟ୍ରୋଲିୟମ ଆଣ୍ଡ ନାଚୁରାଲ ଗ୍ୟାସ୍‌ ବା ଏମ୍‌ଓପିଏନଜି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସକ୍ଷମ-୨୦୨୫’ର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ତୈଳ ମନ୍ତ୍ରଣାଳୟ ତତ୍ତ୍ୱାବଧାନ ଏବଂ ତୈଳ ଉଦ୍ୟୋଗ ଦ୍ୱାରା ଆୟୋଜିତ ଏକ ଇନ୍ଧନ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇଓସିଏଲର ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ଜିଏମ୍‌ ଲ୍ୟୁବସ ଏସ୍‌ ଲକ୍ଷ୍ମଣ ପେରୁମଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟସ୍ତରୀୟ ସଂଯୋଜକ ଓଡ଼ିଶା ତୈଳ ଶିଳ୍ପ ଏବଂ ଆଇଓସିଏଲର ରାଜ୍ୟ ମୁଖ୍ୟ ତଥା ସିଜିଏମ କମଲ ଶୀଲ, ଉତ୍କଳ ସଂସ୍କୃତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରର ଆସୋସିଏଟ୍‌ ପ୍ରଫେସର (ଓଡ଼ିଶୀ ମ୍ୟୁଜିକ/ସଙ୍ଗୀତ) ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମୁଖ୍ୟ ଡ. ସଙ୍ଗୀତା ଗୋସାଇଁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ବର୍ତ୍ତମାନ ସମୟରେ ମାନବ ଜାତି ବଞ୍ଚିବା ପ୍ରକୃତି ଏବଂ ସୁସ୍ଥ ପରିବେଶ ଉପରେ ନିର୍ଭର କରିଥାଏ। ଏପରିକି ବିଶ୍ୱ ତାପମାତ୍ରା ପ୍ରଭାବକୁ ହ୍ରାସ କରିବା ପାଇଁ ଜୀବାଶ୍ମ ଇନ୍ଧନର ବ୍ୟବହାର ପ୍ରଥମେ ହ୍ରାସ କରାଯିବା ଉଚିତ ଏବଂ ପର୍ଯ୍ୟାୟକ୍ରମେ ଏହାକୁ ବନ୍ଦ କରାଯିବା ଦରକାର। ଏହି ଦୃଷ୍ଟିକୋଣରୁ ମାନବ ଜାତି ବିକଳ୍ପ ଶକ୍ତିର ଉପଯୋଗ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ।
ଉଲ୍ଲେଖଯୋଗ୍ୟ, ସକ୍ଷମ-୨୦୨୫ ହେଉଛି, ପେଟ୍ରୋଲିୟମଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ (ଏମଓପିଏନଜି)ର ତତ୍ତ୍ୱାବଧାନରେ ତୈଳ ଉଦ୍ୟୋଗ ଦ୍ୱାରା ପରିଚାଳିତ ଏକ ଇନ୍ଧନ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ। ୨୦୨୫ ଫେବୃଆରୀ ୨୮ ପର୍ଯ୍ୟନ୍ତ ଏହି ସଚେତନତା ଅଭିଯାନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ‘ସକ୍ଷମ-୨୦୨୫ ପାଇଁ ଟ୍ୟାଗ ଲାଇନ୍‌ ହେଉଛି, ସବୁଜ ଏବଂ ସ୍ବଚ୍ଛ ଶକ୍ତି ମାଧ୍ୟମରେ ସ୍ବଚ୍ଛ ପରିବେଶ’। ପରିଶେଷର ଗେଲ୍‌ର ଡିଜିଏମ୍‌ (ସମନ୍ବୟ) ନିଗମାନନ୍ଦ ମିଶ୍ରା ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri