Odisha Budget 2025-26: ୨.୯୦ ଲକ୍ଷ କୋଟିର ବଜେଟ୍‌, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା

ଭୁବନେଶ୍ୱର,୧୭।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯିଏକି ନିଜ ନିକଟରେ ଅର୍ଥ ବିଭାଗ ରଖିଛନ୍ତି ଅପରାହ୍ନରେ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ କରିଥିଲେ।

୨୦୨୫-୨୬ ଓଡ଼ିଶା ବଜେଟରେ ସରକାର କୃଷି କ୍ଷେତ୍ର ପାଇଁ ୩୭,୮୩୮ କୋଟି ଟଙ୍କା ଏବଂ ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପାଇଁ ୨୦୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ବାଜରା ଚାଷର ପ୍ରୋତ୍ସାହନ ପାଇଁ ଶ୍ରୀ ଅନ୍ନ ଅଭିଯାନ ପାଇଁ ମୋଟ ୬୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ପାଇଁ ୧୬୪ କୋଟି ଟଙ୍କା ଏବଂ ହୀରାକୁଦ ଡ୍ୟାମର ନବୀକରଣ ପାଇଁ ୮୫୦ କୋଟି ଟଙ୍କା ବ୍ୟୟବରାଦ ପ୍ରସ୍ତାବ ଦେଇଥିଲେ। ଏହା ବ୍ୟତୀତ, ମୁଖ୍ୟମନ୍ତ୍ରୀ ୨୦୨୫-୨୬ ଆର୍ଥିକ ବର୍ଷରୁ ଆରମ୍ଭ କରି ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଶୀତଳ ଭଣ୍ଡାର ୟୁନିଟ୍ ପାଇଁ ୨୫୨ କୋଟି ଟଙ୍କାର ଆର୍ଥିକ ସହାୟତା ବ୍ୟୟବରାଦ କରିଛନ୍ତି।

ସେହିଭଳି ଜଳ ଭିତ୍ତିଭୂମି ଓ ବିକାଶ ପାଇଁ ୧୩୧୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ ତ୍ବରିତ ଜଳସେଚନ ଲାଭ ଯୋଜନା ପାଇଁ ୧୭୮୬ କୋଟି। ପାର୍ବତୀ ଗିରି ମେଗା ଉଠାଜଳସେଚନ ପ୍ରକଳ୍ପ ପାଇଁ ୧୩୧୮ କୋଟି ଏବଂ ଜଳସଂରକ୍ଷଣ ଭିତ୍ତିଭୂମି ପାଇଁ ୮୮୦ କୋଟି ବରାଦ କରାଯାଇଛି।

ସ୍ବାସ୍ଥ୍ୟ ବଜେଟରେ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ପାଇଁ ୬୨୪୯ କୋଟି ବ୍ୟବ ବରାଦ କରାଯାଇଥିଲା ବେଳେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ୩୮୮୧ କୋଟି। ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ରାଜ୍ୟ ଭାଗ ୨ ହଜାର ୯୧ କୋଟି ଏବଂ ନିର୍ମଳ ଯୋଜନା ପାଇଁ ୯୯୭ କୋଟି ଟଙ୍କା ବରାଦ କରାଯାଇଛି।

ଶିକ୍ଷାକୁ ଗୁରୁତ୍ୱ ଦେଇ ସରକାର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୨୯୬୦ କୋଟି ବ୍ୟୟ ବେଆଡ଼ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ପାଇଁ ୬୪୬ କୋଟି, ଆତିଥ୍ୟ ବିଦ୍ୟାଳୟ ପାଇଁ ୬୬୦ କୋଟି, PM ପୋଷଣ ଯୋଜନା ପାଇଁ ୮୮୫ କୋଟି ଟଙ୍କା ଏବଂ ସମଗ୍ର ଶିକ୍ଷା ପାଇଁ ୪୬୮୧ କୋଟି ବ୍ୟୟ ବରାଦ କରାଯାଇଛି।

ରାଜ୍ୟର ଗ୍ରାମାଞ୍ଚଳକୁ ବିକଶିତ କରିବା ପାଇଁ ମଧ୍ୟ ସରକାର ସ୍ୱତନ୍ତ୍ର ଧ୍ୟାନ ଦେଇଛନ୍ତି। ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୨୬୦୩ କୋଟି ବରାଦ କରାଯାଇଥିଲା ବେଳେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା ପାଇଁ ୨ ହଜାର କୋଟି, ଜଳଜୀବନ ମିଶନ ପାଇଁ ୭୦୦୦ କୋଟି ଟଙ୍କା ଏବଂ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ପାଇଁ ୪ ହଜାର ୫୦୦ କୋଟି ବ୍ୟୟ ବରାଦ କରାଯାଇଛି।

‘ଓଡ଼ିଆ ଅସ୍ମିତା’ ନାରା ଦେଇ କ୍ଷମତାକୁ ଆସିଥିବା ଭାଜପା ସରକାର ବଜେଟରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟ ବରାଦ କରିଛନ୍ତି। ଏଥିରେ ବକୁଳ ବନ ଉନ୍ନୟନ ପାଇଁ ୫୦ କୋଟି, ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ ୧୯୪ କୋଟି, ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଏବଂ ସାଂସ୍କୃତି ଅନୁଷ୍ଠାନକୁ ଅନୁଦାନ ବାବଦକୁ ୭୭ କୋଟି ବରାଦ କରାଯାଇଛି।

ସେହିଭଳି ରାଜ୍ୟରେ ଭିତ୍ତିଭୂମି ସୁଦୃଢ କରିବା ପାଇଁ ସରକାର ସଡ଼କ ଓ ପୋଲ ପାଇଁ ସ୍ୱତନ୍ତ୍ର ବଜେଟ ଆଣିଛନ୍ତି। ଏଥିରେ PMGSY ପାଇଁ ୧୭୦୦କୋଟିର ବ୍ୟୟ ବରାଦ କରାଯାଇଛି। ସଡ଼କ ବିକାଶ ଯୋଜନା ପାଇଁ ୬୫୦୨କୋଟି ଟଙ୍କା, ସେତୁ ବନ୍ଧନ ଯୋଜନା ପାଇଁ ୨ହଜାର କୋଟି, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ୩ହଜାର ୪୭୦କୋଟି ଏବଂ ନିର୍ବାଚନମଣ୍ଡଳୀୱାରୀ ଆବଣ୍ଟନ ପାଇଁ ୧୪୨କୋଟି ବରାଦ କରାଯାଇଛି।

ଏହା ବ୍ୟତୀତ ସରକାରଙ୍କ ମହତ୍ୱାକାଂକ୍ଷୀ ସୁଭଦ୍ରା ଯୋଜନାକୁ ନେଇ ବଜେଟରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ଆଗକୁ କିଶୋରୀ ସୁଭଦ୍ରା, ସୁଭଦ୍ରା ସଞ୍ଚୟ କାର୍ଯ୍ୟକାରୀ ହେବ, ସୁଭଦ୍ରା ସଖୀ, ସୁଭଦ୍ରା ଯାତ୍ରୀ, ସୁଭଦ୍ରା ସଂଘ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri