ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ ବିଦ୍ୟାର୍ଥୀମାନେ ଏବଂ ବୁଧବାର କଳା ଓ ବାଣିଜ୍ୟ ବିଦ୍ୟାର୍ଥୀମାନେ ମାତୃଭାଷା(ଓଡ଼ିଆ)ରେ ପରୀକ୍ଷା ଦେବେ। ସକାଳ ୮ଟା ୩୦ରେ କଡାସୁରକ୍ଷା ଭିତରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ।

ସକାଳ ୯ଟା ୩୦ରେ ଅବଜର୍‌ଭର, ସୁପରିଣ୍ଟେଣ୍ଡେଣ୍ଟ ଏବଂ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ। ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ଦାୟିତ୍ୱରେ ସିଲ୍‌ ପ୍ରଶ୍ନପତ୍ରଗୁଡିକ ପରୀକ୍ଷା ରୁମ୍‌ରେ ପହଞ୍ଚାଯିବ। ଛାତ୍ରୀଛାତ୍ର ସକାଳ ୯ଟା ୩୦ରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ ଓ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧ ପର୍ଯ୍ୟନ୍ତ ଚାଲିବ। ତେବେ ପରୀକ୍ଷାକୁ ସ୍ବଚ୍ଛ, ସୃଙ୍ଖଳିତ ତଥା ସୁରକ୍ଷି କରିବାକୁ ପରିଷଦ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ପରିଷଦ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ପୂରା ପ୍ରକ୍ରିୟା ଉପରେ ନଜର ରଖାଯାଇଛି। କଲେଜସ୍ତରରେ ପରୀକ୍ଷା ପରିଚାଳନା ପାଇଁ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଥିବାବେଳେ ପରିଷଦ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିବା ସୂଚନା ଦିଆଯାଇଛି।

ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବାକୁ ଥିବା ଯୁକ୍ତ୨ ପରୀକ୍ଷା ପାଇଁ ଚଳିତ ବର୍ଷ ୧୨୭୬ଟି କେନ୍ଦ୍ର କରାଯାଇଛି। ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୩ଲକ୍ଷ ୯୩ ହଜାର ୬୧୮ଜଣ ପିଲା ଫର୍ମ ପୂରଣ କରିଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ଜଣ, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦ଜଣ, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ଜଣ ପିଲା ରହିଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ପ୍ରଶ୍ନପତ୍ରକୁ ସୁରକ୍ଷିତ ଭାବେ ପହଞ୍ଚାଇବାକୁ ପରିଷଦ ପ୍ରାଥମିକତା ଦେଇଛି। ଏଥିପାଇଁ ୨୦୫ଟି ପରୀକ୍ଷା ପରିଚାଳନା ହବ୍‌ କରାଯାଇଛି। ପରୀକ୍ଷା ସରିବା ମାତ୍ରେ ଖାତାଦେଖା ଆରମ୍ଭ ହେବ। ଅନ୍‌ଲାଇନ ମୂଲ୍ୟାୟନକୁ ଗୁରୁତ୍ୱ ଦିଆଯାଉଛି। ବିଶେଷକରି କଳା ବିଭାଗର ଓଡ଼ିଆ ଓ ଇଂଲିଶ ବିଷୟର ଖାତାଦେଖା ବହୁ ବିଳମ୍ବ ହୋଇଥାଏ। ତେଣୁ ପ୍ରଥମଥର ପାଇଁ ଅନ୍‌ଲାଇନ ମୂଲ୍ୟାୟନ କରାଯିବ। ପୂର୍ବରୁ ୨୭ଟି ଅନ୍‌ଲାଇନ ମୂଲ୍ୟାଙ୍କନ କେନ୍ଦ୍ରରେ ଖାତାଦେଖା ହେଉଥିବା ବେଳେ ଏହାକୁ ୬୩କୁ ବଢ଼ାଯାଇଛି। କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଏକାବେଳେ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri