Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ

ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର Alivridle କଇଁଚଙ୍କ ସମାଗମ ହୋଇଛି। ସେମାନେ ରାତିରେ ଆସି ଅଣ୍ଡାଦାନ କରି ସମୁଦ୍ରକୁ ଫେରିଯାଉଥିବା ବେଳେ ମଙ୍ଗଳବାର ଦିନରେ ଅଣ୍ଡାଦାନ କରୁଥିବା ଦେଖିବାକୁ ମିଳିଛି। ହଜାର ହଜାର Alivridle କଇଁଚ ସମୁଦ୍ର ବେଳାଭୂମିକୁ ଆସି ଗଣଅଣ୍ଡାଦାନ କରୁଛନ୍ତି, ଯାହାକି ବିରଳ ଘଟଣା ଅଟେ।
ବର୍ତ୍ତମାନ ପାଗ ଅନୁକୂଳ ରହିଛି। ଧୀରେ ଧୀରେ ଦକ୍ଷିଣା ପବନ ଆରମ୍ଭ ହେଲାଣି ଏଣୁ ଗତଥର ଅପେକ୍ଷା ଏଥର ଲକ୍ଷାଧିକ କଇଁଛ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି । ତିନି ଦିନରେ ୨ଲକ୍ଷ ୧୮ ହଜାର ୮୩୦ ଅଣ୍ଡାଦାନ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗତବର୍ଷ ଜଳବାୟୁ ପରିବର୍ତ୍ତନ ଯୋଗୁ ଗଣଅଣ୍ଡାଦାନ ହୋଇ ନ ଥିଲା। କିନ୍ତୁ ଚଳିତବର୍ଷ ଗଣଅଣ୍ଡାଦାନ ପାଇଁ ପରିବେଶ ଅନୁକୂଳ ଥିବାରୁ ସମୁଦ୍ରରେ ଲକ୍ଷାଧିକ କଇଁଛଙ୍କ ସମାଗମ ରହିଥିବା ଦେଖିବାକୁ ମିଳିଛି। ଶୀତଋତୁ ଆରମ୍ଭ ହେବା କ୍ଷଣି ନଭେମ୍ବର ମାସରେ ସୁଦର ଦେଶରୁ ଲକ୍ଷାଧିକ ସଂଖ୍ୟାରେ କଇଁଛ ଓଡ଼ିଶା ଉପକୂଳମୁହାଁ ହୋଇଥାନ୍ତି। ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ କଇଁଛ ଗଣଅଣ୍ଡାଦାନ କରିଥାନ୍ତି। କଇଁଛଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଣଅଣ୍ଡାଦାନ ପୂର୍ବରୁ ପୁରୁଣାବନ୍ଧଠାରୁ ବଟେଶର ପର୍ଯ୍ୟନ୍ତ ପାଞ୍ଚ କିମି ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିା ସହ ବ୍ୟାରିକେଟ କରାଯାଇଛି ।
ଗୋଟିଏ କଇଁଛ ଆନୁମାନିକ ୧୨୦ ରୁ ୧୫୦ଟି ଅଣ୍ଡା ଦେଇଥାଏ। ଅଣ୍ଡା ଦେବା ପରେ ତାହାକୁ ବାଲିରେ ପୋତି ସମୁଦ୍ରକୁ ଚାଲି ଯାଇଥାଏ। ୪୫ ଦିନ ପରେ ସେଥିରୁ ଛୁଆ ବାହାରି ସମୁଦ୍ରକୁ ଚାଲି ଯାଆନ୍ତି। ଶହେ ମିଟର ବ୍ୟବଧାନରେ ଗୋଟାଏ ଲେଖାଏ ୫୦ଟି ସେଗମେଣ୍ଟ କରାଯିବା ସହ ସହ ୮ଟି କୃତ୍ରିମ ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରିଛି ବନ ବିଭାଗ। ବେଳାଭୂମିର ବାଲୁକାଶଯ୍ୟାରେ ସୁରକ୍ଷାବାଡ଼ କରାଯାଇଛି। ଫଳରେ କୁକୁର ଓ ବିଲୁଆ ସେହି ସ୍ଥାନକୁ ଯାଇ ପାରିବେ ନାହିଁ। ପ୍ରତିଦିନ ବୋଟ ମାଧ୍ୟମରେ ଫରେଷ୍ଟର୍‌ଙ୍କ ତତ୍ତ୍ୱାବଧାନରେ ସମୁଦ୍ରରେ ପାଟ୍ରୋଲିଂ କରାଯାଉଛି। ମିଳନ ପର୍ବ ଠାରୁ ଆରମ୍ଭ କରି ବର୍ତ୍ତମାନ ଗଣଅଣ୍ଡାଦାନ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ୧୪୦ ଜଣ ସୁରକ୍ଷାକର୍ମୀ ନିୟୋଜିତ ହୋଇଥିବା ସୂଚନା ମିଳିଛି। କଇଁଛଙ୍କ ଆଗମନ ଓ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହେବା ନେଇ ବନ ବିଭାଗ ସେମାନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଥାନ୍ତି। ନଭେମ୍ବର ୧ ମେ ୩୧ ପ୍ରଯ୍ୟନ୍ତ ସମୁଦ୍ର ଉପକୁଳ ଆର୍ଯ୍ୟପଲ୍ଲୀରୁ ପ୍ରୟାଗି ୨୦ କିମିକୁ ନୋ ଫିସିଙ୍ଗ ଜୋନ ଘୋଷଣା କରାଯାଇଛି। ୨୦୨୪ରେ ଅଣ୍ଡା ଦାନ ହୋଇ ନ ଥିଲା। ଚଳିତ ବର୍ଷ ରେକର୍ଡ ସଂଖ୍ୟାକ ଗଣ ଅଣ୍ଡାଦାନ ହେବ ବୋଲି ଆଶା ରଖିଛନ୍ତି ବନ ବିଭାଗ। ଏହାକୁ ଦେଖିବା ପାଇଁ ଏବେ ପର୍ଯ୍ୟଟକଙ୍କ ଭିଡ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri