ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ କେନ୍ଦ୍ର କରି ଶୋଭାଯାତ୍ରାରେ ଥିବା ଏକ ଗାଡିର ଚାଳକ ଓ ମାଲିକ ମିଶି ବରଘରର ଜଣେ ସମ୍ପର୍କୀୟ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଗୁରୁତର ଆହତ ଯୁବକ ଜଣଙ୍କ ହେଲେ ହିଞ୍ଜିଳି ଥାନା କଣ୍ଟେଇକୋଳି ଗ୍ରାମର କାହ୍ନା ସାହୁ (୨୬) ।

ସୂଚନାନୁସାରେ, ସୋମବାର ରାତିରେ ହିଞ୍ଜିଳିକାଟୁ ଅଞ୍ଚଳର ଜଣେ ଯୁବକ ବାହାଘର ସକାଶେ ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମକୁ ଶୋଭାଯାତ୍ରାରେ ଯାଉଥିଲେ। ରାତ୍ର ପ୍ରାୟ ୧୧ ଘଣ୍ଟା ସମୟରେ କୌଣସି କଥାକୁ କେନ୍ଦ୍ର କରି ବରଘରର କିଛି ସମ୍ପର୍କୀୟଙ୍କ ସହ ବାହାଘର ପାଇଁ ଶୋଭାଯାତ୍ରାରେ ଯାଇଥିବା ଗାଡି ଚାଳକଙ୍କ ସହ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ରୋଷଣୀରେ ଯାଇଥିବା କିଛି ଯୁବକଙ୍କ ସହ ଶୋଭାଯାତ୍ରା ଗାଡି ଚାଳକ, ମାଲିକ ଓ ଜଣେ ସହଯୋଗୀଙ୍କ ସହ ଉଚ୍ଚବାଚ ହୋଇଥିଲା। ପରିସ୍ଥିତି ଧୀରେ ଧୀରେ ଉଗ୍ରରୂପ ଧାରଣ କରିଥିଲା। ଶେଷରେ ଶୋଭାଯାତ୍ରା ଗାଡି ଚାଳକ, ମାଲିକ ଓ ଜଣେ ସହଯୋଗୀ ମିଶି ଗାଡିରେ ରଖିଥିବା ଏକ ଭୁଜାଲିରେ ହଠାତ୍ କାହ୍ନାଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଯୁବକଙ୍କ ହାତ, ମୁଣ୍ଡ ଓ ଛାତିରେ ଗଭୀର କ୍ଷତ ସୃଷ୍ଟି ହେବା ସହ ରକ୍ତ ଜୁଡୁବୁଡୁ ହୋଇ ଯୁବକ ଜଣଙ୍କ ଘଟଣା ସ୍ଥଳରେ ପଡି ଯାଇଥିଲେ। ଯୁବକ ଜଣଙ୍କ ତଳେ ପଡିଯିବା ପରେ ଆକ୍ରମଣକାରୀ ୩ ଯୁବକ ଶୋଭାଯାତ୍ରା ଗାଡ଼ିକୁ ସାଙ୍ଗରେ ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ଓ ପରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଖବର ପାଇ ହିଞ୍ଜିଳି ପୁଲିସର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ ଚଳାଇଥିଲା। ବିଶେଷ ସୂତ୍ରରୁ ଖବର ପାଇ ମଙ୍ଗଳବାର ଭୋର ସମୟରେ ହିଞ୍ଜିଳି ପୁଲିସ ହିଞ୍ଜିଳିକାଟୁ ପୈାରାଞ୍ଚଳ ହିଞ୍ଜିଳି ଗ୍ରାମର ଏକ ବାହାରପଟୁ ତାଲା ପଡିଥିବା ଏକ ବନ୍ଦ କୋଠରୀ ରୁ ୩ ଜଣ ଯୁବକଙ୍କୁ କାବୁ କରିବା ସହ ଆକ୍ରମଣରେ ବ୍ୟବହୃତ ଏକ ରକ୍ତଭିଜା ଭୁଜାଲୀ ଜବତ କରିଥିବା ଜଣାପଡିଛି। ତଦନ୍ତରେ ବାଧା ଉପୁଜିବା ନେଇ ପୁଲିସ ପକ୍ଷରୁ କୈାଣସି ସୂଚନା ମିଳିପାରିନାହିଁ। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ହିଞ୍ଜିଳି ଥାନାରେ କୈାଣସି ଲିଖିତ ଅଭିଯୋଗ ହୋଇନଥିବା ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri