ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ ସେ ଗତ କିଛିଦିନ ହେଲା ବ୍ରହ୍ମପୁର ମେଡିକାଲ, ଦୁଇଦିନ ତଳେ ଭୁବନେଶ୍ୱର ଏମ୍‌ସ୍‌ରେ ଭର୍ତ୍ତି ହୋଇଥିଲେ। ବୁଧବାର ଫୁଲବାଣୀଠାରେ ତାଙ୍କ ଅନ୍ତିମ ସଂସ୍କାର ହେବ ବୋଲି ଜଣାପଡ଼ିଛି।
୧୯୫୨ ଜୁଲାଇ ୧ ତାରିଖରେ ଜନ୍ମିତ ମୃତ୍ୟୁଞ୍ଜୟ ବ୍ରହ୍ମପୁର ଖଲ୍ଲିକୋଟ କଲେଜରେ ଉଚ୍ଚଶିକ୍ଷା ହାସଲ ପରେ ଜାନକୀ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ଦଳରେ ଯୋଗ ଦେଇଥିଲେ। କଂଗ୍ରେସ ଦଳ ଟିକେଟରେ ୧୯୮୦, ୧୯୯୧ ଓ ୧୯୯୬ରେ ଫୁଲବାଣୀ ଏମ୍‌ପି ନିର୍ବାଚିତ ହୋଇଥିଲେ। ଏଥିସହ ସେ ଜାତୀୟ ଅନୁସୂଚିତ ଜାତି କମିଶନ ସଦସ୍ୟ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ବିୟୋଗ ଜିଲାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ଜିଲା କଂଗ୍ରେସ ସଭାପତି ଚନ୍ଦ୍ର ଶେଖର ପରିଡା କହିଛନ୍ତି। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ଏମ୍‌ପି ରାଧାକାନ୍ତ ଦିଗାଲ, ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ପୂର୍ବତନ ଜିଲା କଂଗ୍ରେସ ସଭାପତି ଅନାମ ନାୟକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri