ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫ ଫେବୃଆରୀ ୨ରେ ମାନବାଧିକାର କର୍ମୀ ତଥା ବରିଷ୍ଠ ଆଇନଜୀବୀ ରାଧାକାନ୍ତ ତ୍ରିପାଠୀ ଏହି ପିଟିଶନ ଦାଖଲ କରିଥିଲେ।

ପିଟିଶନରେ ତ୍ରିପାଠୀ ଦର୍ଶାଇଛନ୍ତି ଯେ, କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅଧୀନ ଗୋଧୂଳି ଗାଁର ସାବିତ୍ରୀ ନାମକ ଜଣେ ଦଳିତ ପୀଡ଼ିତା ଓ ତାଙ୍କ ପରିବାର ଉପଯୁକ୍ତ ନିଯୁକ୍ତି, ବାସଗୃହ କିମ୍ବା ଅନ୍ୟ କୌଣସି ସରକାରୀ ଆର୍ଥିକ ସହାୟତା ପାଇବା ପାଇଁ ସଂଘର୍ଷ କରୁଛନ୍ତି। ଏଭଳି ପରିସ୍ଥିତିରେ ପୀଡ଼ିତା ପରିବାରର ଖର୍ଚ୍ଚ ତୁଲାଇବା ପାଇଁ ମୁକେଶ (୧୩) ଓ ସୁକେଶ (୧୧) ନାମକ ତାଙ୍କ ଦୁଇ ପୁଅଙ୍କୁ ପଡ଼ୋଶୀଙ୍କୁ ୫ ହଜାର ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା। ଏବେ ପୀଡ଼ିତା ଯନ୍ତ୍ରଣା ଭୋଗୁଛନ୍ତି। ଏଣୁ ସେମାନଙ୍କୁ ସହାୟତା ଦେବାକୁ ଓଡ଼ିଶା ସରକାରଙ୍କୁ ଆଦେଶ କରିବାକୁ ସେ କମିଶନଙ୍କୁ ନିବେଦନ କରିଥିଲେ। ତେବେ ଏହା ଏକ ସମ୍ବେଦନଶୀଳ ତଥା ମାନବାଧିକାର ଉଲ୍ଲଘଂନ ମାମଲା ହୋଇଥିବାରୁ ଏହାର ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ସହ ୧୫ ଦିନ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ କମିଶନ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଆଦେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri