Posted inଜାତୀୟ

ସୀମା ବାହାର ଟିକେଟ କାହିଁକି ବିକୁଥିଲ

ନୂଆଦିଲ୍ଲୀ,୨୦ା୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଗତ ୧୫ ତାରିଖରେ ଦଳାଚକଟା ଯୋଗୁ ମହାକୁମ୍ଭକୁ ଯିବା ପାଇଁ ବାହାରିଥିବା ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ବୁଧବାର ଦିଲ୍ଲୀ ହାଇକୋର୍ଟ ରେଲଓ୍ବେକୁ ଭର୍ତ୍ସନା କରିଛନ୍ତି। ଏକ କୋଚ୍‌ର ଧାରଣ କ୍ଷମତାଠାରୁ ଅଧିକ ସଂଖ୍ୟକ ଟିକେଟ ଯାତ୍ରୀମାନଙ୍କୁ କାହିଁକି ବିକ୍ରି କରାଯାଇଥିଲା ବୋଲି ହାଇକୋର୍ଟ ପ୍ରଶ୍ନ କରିଛନ୍ତି।
ରେଳଷ୍ଟେଶନରେ ଦଳାଚକଟା ପରେ ଭବିଷ୍ୟତରେ ଦେଶର ରେଳଷ୍ଟେଶନଗୁଡ଼ିକରେ ଏଭଳି ଘଟଣା ଏଡ଼ାଇବା ପାଇଁ ସୁରକ୍ଷା ପଦକ୍ଷେପ ସମ୍ପର୍କିତ ଏକ ପିଟିଶନ ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଛି। ଜଷ୍ଟିସ୍‌ ଡିକେ ଉପାଧ୍ୟାୟ ଏବଂ ତୁଷାର ରାଓ ଗେଡେଲାଙ୍କୁ ନେଇ ଖଣ୍ଡପୀଠ ଏହାର ଶୁଣାଣି କରି କହିଛନ୍ତି, ଏକ କୋଚ୍‌ରେ କେତେ ସଂଖ୍ୟକ ଯାତ୍ରୀଙ୍କୁ ବସାଯାଇପାରିବ ତାହା ରେଲଓ୍ବେ ସ୍ଥିର କରିଥାଏ। ଏଭଳି ସ୍ଥଳେ ଅଧିକ ସଂଖ୍ୟକ ଟିକେଟ କାହିଁକି ବିକ୍ରି କରାଗଲା? ଦଳାଚକଟା ଘଟିବା ଦିନ ଷ୍ଟେଶନରେ କେତେ ଲକ୍ଷ ଯାତ୍ରୀ ଥିଲେ ସେନେଇ ରେଲଓ୍ବେ ଅବଗତ ଥିଲା କି ନାହିଁ ବୋଲି ହାଇକୋର୍ଟ ପ୍ରଶ୍ନ କରିଛନ୍ତି। ଏଥିସହ ନିୟମିତ ଭାବେ ଯାତ୍ରୀଙ୍କ ସର୍ବାଧିକ ସଂଖ୍ୟା ଓ ପ୍ଲାଟ୍‌ଫର୍ମ ଟିକେଟ ବିକ୍ରି ଆଦିର ସମୀକ୍ଷା କରିବାକୁ ରେଲଓ୍ବେକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗରେ ଆସନ୍ତା ମାର୍ଚ୍ଚ ୧୬ରେ ପରବର୍ତ୍ତୀ ଶୁଣାଣି କରିବାକୁ ହାଇକୋର୍ଟ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri