Posted inଜାତୀୟ

ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୨: ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍‌ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ କରାଯାଇଥିବା ଅଭିଯୋଗକରି ଖବରକାଗଜର ସମ୍ପାଦକୀୟ ନିର୍ଦ୍ଦେଶକ ଜୟଦୀପ ବୋଷ ଏବଂ ଅନ୍ୟ ସାମ୍ବାଦିକଙ୍କ ବିରୋଧରେ ଆପରାଧିକ ମାନହାନି ମାମଲା ରୁଜୁ କରାଯାଇଥିଲା। ବୁଧବାର ସୁପ୍ରିମକୋର୍ଟ ଉକ୍ତ ମାନହାନି ମାମଲାକୁ ଖାରଜ କରିଦେଇଛନ୍ତି। ଶୁଣାଣି ବେଳେ ଷ୍ଟିସ୍‌ ଜେ.ବି. ପାର୍ଡିଓ୍ବାଲା ଏବଂ ଜଷ୍ଟିସ୍‌ ଜେ.ବି. ଆର୍‌ ମହାଦେବନଙ୍କ ଖଣ୍ଡପୀଠ କହିଛନ୍ତି, ଜନତାଙ୍କର ମତକୁ ଆକାର ଦେବାରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି। ତେଣୁ ବେପରୁଆ ସାମ୍ବାଦିକତା ସମାଜ ପାଇଁ ଭୟାବହ ଏବଂ ଏହାର ଦୀର୍ଘକାଳୀନ ପାରିଣାମ ପଡ଼ିପାରେ। ଖବରଦାତାମାନଙ୍କୁ କୌଣସି ଖବର କିମ୍ବା ମନ୍ତବ୍ୟ ପ୍ରକାଶ କରିବା ପୂର୍ବରୁ ଏହାର ସତ୍ୟତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri