Posted inRasifala

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୧ ତାରିଖ – Daily Horoscope

ମେଷ
ଆଜି ଗଜକେଶରୀ ଯୋଗ ଫଳସ୍ବରୂପ ବନ୍ଧୁମିଳନ, ଧାର୍ମିକ କାର୍ଯ୍ୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବାଧକାଧିପତି ଶନି ରାଶିକୁ ଅବଲୋକନ କରୁଥିବାରୁ ଶାରୀରିକ ସ୍ତରରେ ଶିଥିଳତା ଅନୁଭବ କରିବେ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ରାଶିରେ ଦେବଗୁରୁ ଅବସ୍ଥାନ କରିଥିବାରୁ ଆଜି ସାମଗ୍ରିକ ସୁଖ, ସୁବିଧା ପ୍ରଦାନ କରିବାରେ ସମର୍ଥ ହେବେ। ଆର୍ଥିକ ଅଭିବୃଦ୍ଧି, ସାମାଜିକ ସମ୍ମାନ ଓ ଫଳପ୍ରଦ ଆଲୋଚନା ପ୍ରୀତିଦାୟକ ରହିବ। ଘରୋଇ ଝମେଲା କାରଣରୁ ମନ ଭଲ ରହି ନ ପାରେ। ପରିବହନ, ଲେଖାପଢ଼ା ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ବକ୍ରୀ ମଙ୍ଗଳ ରାଶିରେ ରହିଥିବାରୁ ପାରିବାରିକ ଓ କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିପାରେ। ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ଶନି କ୍ଷେତ୍ରସ୍ଥ ବୁଧଙ୍କ ପ୍ରଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ଆଶଙ୍କା ରହିଛି। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି ।
କର୍କଟ
କର୍କଟ
ନୀଚରାଶିରେ ଚନ୍ଦ୍ର ଥିବାରୁ ଅତୀତ କଥାକୁ ଚିନ୍ତା କରି ମନସ୍ତାପ କରିପାରନ୍ତି। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟିଜନିତ କାମ ସ୍ଥଗିତ ରହିଯାଇପାରେ। ଆକସ୍ମିକ ଭାବେ ଅନ୍ୟଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିପାରନ୍ତି।
ସି˚ହ
ସି˚ହ
ତିନୋଟିଗ୍ରହ ରାଶିକୁ ଦେଖୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି କାମ ହାସଲ କରିପାରିବେ। ପାରିବାରିକ ପରିସ୍ଥିତି ବିଶେଷ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି। କ୍ରୀଡ଼ା, ସାହିତ୍ୟଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ ପ୍ରଭୃତିରେ ସଫଳତା ଯୋଗୁ ମନ ଖୁସି ରହିବ। ପାରିବାରିକ ସ୍ଥିତି ପୂର୍ବଭଳି ରହିବା ଯୋଗୁ ମନ ଖୁସି ରହିପାରେ।
କନ୍ୟା
ଶୁକ୍ର ଓ ବୁଧଙ୍କ ଯୋଗୁ ଦୈହିକ, ମାନସିକ ଓ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। ବନ୍ଧୁଙ୍କ ଅନୁରୋଧରେ କୌଣସି ସ୍ଥଗିତ କାମ ଆରମ୍ଭ କରିବା ସକାଶେ ମନ ବଳାଇବେ। ଖଳ ଲୋକମାନଙ୍କ କଥାରେ ପଡ଼ି ଭୁଲ୍‌ ମାର୍ଗ ଅନୁସରଣ କରି ହଇରାଣ ହେବାକୁ ପଡ଼ିପାରେ।
ତୁଳା
ତୁଳା
ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ଭଲରେ କଟିବ। ଶନିଙ୍କ ସୁପ୍ରଭାବରୁ ରାଜନୈତିକ ସ୍ଥିତିର ସମୀକ୍ଷା, ବ୍ୟବସାୟିକ ସ୍ଥିତିର ଅଗ୍ରଗତିରେ ସନ୍ତୋଷ ପାଇବେ। ସନ୍ଦେହ ଓ ବୁଝାମଣା ଅଭାବରୁ ବନ୍ଧୁଙ୍କ ଉପରେ ରାଗିବାରୁ ବିବାଦ ବଢ଼ିପାରେ। ଶିଳ୍ପ, ବାଣିଜ୍ୟ, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଅଷ୍ଟମସ୍ଥ ରାଶ୍ୟାଧିପ କାରଣରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ରାଜନୀତି, ପ୍ରଶାସନ, କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ। ବିଶିଷ୍ଟବ୍ୟକ୍ତିମାନଙ୍କ ଦ୍ୱାରା ସଭାସମିତିରେ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ବୁଧ ଭାଗ୍ୟସ୍ଥାନକୁ ଦେଖୁଥିବାରୁ କର୍ମକ୍ଷେତ୍ରରେ ଅସଂଗତି ରହିଲେ ମଧ୍ୟ ଅସୁବିଧା ହେବ ନାହିଁ। ଶନିକ୍ଷେତ୍ରସ୍ଥ ବୁଧଙ୍କ ପ୍ରଭାବରୁ ବନ୍ଧୁଙ୍କ ଭୁଲ୍‌ବୁଝାମଣାକୁ ସୁଧାରି ନେବେ। ପଡ଼ୋଶୀ ସହଯୋଗର ହାତ ବଢ଼ାଇ କାର୍ଯ୍ୟହାସଲରେ ସହାୟକ ହେବେ। ଆଜି ଦିନଟିରେ ଯାନବାହନରେ ସତର୍କତା ରକ୍ଷା କରିବା ଭଲ ହେବ।
ମକର
ମକର
ଆଜିର ଗ୍ରହସ୍ଥିତିର ବୈଷମ୍ୟତା ପାରିବାରିକ କ୍ଷେତ୍ରରେ ଅଶାନ୍ତିଜନିତ ମନରେ ସରସତା ରହିବ ନାହିଁ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ରପତ୍ାନି କାରବାର, ନିର୍ମାଣ, ପରିବହନ ଏଜେନ୍ସି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ସ୍ବରାଶି ପ୍ରତି ଶନିଙ୍କ ସ୍ଥିତି ଶାରୀରିକ, ସାମାଜିକ, ଗଣତାନ୍ତ୍ରିକ, ଆଇନ ପ୍ରଭୃତି କ୍ଷେତ୍ରରେ ସୁଫଳ ପ୍ରଦାନ କରିବ। ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ସମସ୍ୟା ଓ ପ୍ରତିବନ୍ଧକକୁ ପଛକୁ ପକାଇ ବାସ୍ତବତାରେ ଉତ୍‌ଫୁଲ୍ଲିତ ରହିବେ। ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପାରେ। ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଶୁକ୍ରଙ୍କ ପ୍ରଭାବରେ ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri