ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ ଏହି ଘଟଣା ଘଟିଛି। ରାଜନଗର ବ୍ଲକ ଅନ୍ତର୍ଗତ ବିବେକାନନ୍ଦ ହାଇସ୍କୁଲର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏକ ବୋଲେରୋ ଡାଙ୍ଗମାଳସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲା। ତେବେ କୃଷ୍ଣନଗରଠାରେ ବୋଲେରୋଟି ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏଥିରେ ୯ ଜଣ ପରୀକ୍ଷାର୍ଥୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତ ଛାତ୍ରୀଛାତ୍ର ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ପରୀକ୍ଷା ପାଇଁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ କୃଷ୍ଣନଗର ଗାଁର ସାଇକେଲ ଆରୋହୀ ସୁବୋଧ ମଣ୍ଡଳ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri