Posted inRasifala

ରାଶିଫଳ: ଶନିବାର, ଫେବୃଆରୀ ୨୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କିଛି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ଆଲୋଚନା ହୋଇପାରେ। ଦୀର୍ଘଦିନ ହେଲା ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ବହୁ କଷ୍ଟ ସ୍ବୀକାର କରି ମଧ୍ୟ କାମଟିକୁ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିବେ।
ବୃଷ
ବୃଷ
ଦୈହିକ ଉତ୍କର୍ଷ ସହ ବନ୍ଧୁଙ୍କ ଆଦର, ସାହାଯ୍ୟ, ଲାଭ କରି ଖୁସି ରହିବେ। ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ବ୍ୟତିବ୍ୟସ୍ତ ହେବାକୁ ପଡ଼ିପାରେ। ସଭାସମିତି, ଆଲୋଚନା, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
ଶାରୀରିକ ଅସୁସ୍ଥତା,ଉଗ୍ରଚିନ୍ତା,ଉତ୍ତେଜକ ବାଣୀ ଦ୍ୱାରା ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅଟକିରହିଥିବା କାର୍ଯ୍ୟ ସକାଶେ ଚିନ୍ତାକରି ଅନ୍ୟମନସ୍କ ରହୁଥିବାର ସୂଚନା ମଧ୍ୟ ରହିଛି । କୌଣସି ଜିନିଷକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହୋଇପାରେ। ଯାନବାହନ, ଜମିଜମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ କାରଣ ନ ଥାଇ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ନୂତନ ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର କ୍ରୟ କିମ୍ବା ବିକ୍ରୟ ପାଇଁ ବ୍ୟଗ୍ରତା ପ୍ରକାଶ କରିବେ। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ସାହିତ୍ୟ,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‍ ରୋଗ ଜନିତ ପୀଡ଼ାନୁଭବ କରିପାରନ୍ତି। କୌଣସି ସାଙ୍ଗଠନିକ କାମ, ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା
ମିତ୍ରମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବାର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ,ପ୍ଲଟିଂ କାରବାରରେ ମାନମନାନ୍ତର ଦେଖାଦେଇପାରେ। ଅବଶ୍ୟ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍‍ ଦୂର ହେବ। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।
ତୁଳା
ତୁଳା
ଆଜି ବିଜାତୀୟ ବ୍ୟକ୍ତିଙ୍କ ସହ ଶତ୍ରୁତାଜନିତ କିମ୍ବା ଅତୀତ ଘଟଣାବଳୀକୁ ନେଇ ଚିନ୍ତିତ ରହିବେ। କଳା, ସଙ୍ଗୀତ, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ରହିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ,ପ୍ଲଟିଂ କାରବାର,ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଯାହା ଚାହୁଁଛନ୍ତି ତାହା ପାଇବେ କିନ୍ତୁ ଆଶାନୁରୂପ ନ ହେବା କାରଣରୁ ଅସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରୁ କିମ୍ବା ଦୂରସ୍ଥାନରୁ ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବିବାଦୀୟ ଘଟଣାର ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ରହିପାରନ୍ତି। ପିଲାଙ୍କ ସକାଶେ କିଛିଟା ଅନ୍ତର୍ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସାମୟିକ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସ୍‍ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‍ ବୁଝିପାରନ୍ତି। ନୂତନ କର୍ମସସ୍ଥାନ ପାଇଁ କିମ୍ବା ସ୍ଥାନାନ୍ତର ସକାଶେ ମନ ବଳିବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରରେ ପଡ଼ିବେ। ସାମାନ୍ୟ ବିଳମ୍ବରେ କାମଗୁଡିକ ଠିକ୍‍ ଭାବରେ ସମ୍ପନ୍ନ ହେବ ଏବଂ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଗତକାଲିଠାରୁ ଯାହା ଚିନ୍ତା କରୁଛନ୍ତି ଆଜି ତାହା ସହଜରେ ସମ୍ପନ୍ନ ହେବ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ ଓ କରିବେ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଭୁଲ୍‍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନୀଚ ବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଜମିଜମା କାରବାର, ସଭାସମିତି, ରାଜନୈତିକ ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri