ମଦକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ମାଣ୍ଡିଆରୁ ତିଆରି ହେବ Wine

ଭୁବନେଶ୍ୱର,୨୧।୨: ମାଣ୍ଡିଆରୁ ଆଗକୁ ମଦ ପ୍ରସ୍ତୁତ ହେବ। ଏଥିଲାଗି ଯେଉଁ କମ୍ପାନୀଗୁଡ଼ିକ ମାଣ୍ଡିଆରୁ ମଦ ପ୍ରସ୍ତୁତ କରିବାକୁ ଆଗ୍ରହୀ ହେବେ ସେମାନଙ୍କୁ ସରକାର ସବ୍‌ସିଡି ଯୋଗାଇଦେବେ। ମହୁଲ ଏବଂ ମାଣ୍ଡିଆରୁ ମଦ ପ୍ରସ୍ତୁତ କଲେ ପ୍ରୋତ୍ସାହନ ମିଳିବ। ଓଡ଼ିଶାରେ ଭଲ ବ୍ରାଣ୍ଡ୍‌ର ମଦ ପ୍ରସ୍ତୁତି କାରଖାନା ସମ୍ପର୍କରେ ଆଲୋଚନା କରାଯାଇଛି ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।

ନୂଆ ଅବକାରୀ ନୀତି ନେଇ ଶୁକ୍ରବାର ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଏକ ସ୍ବଚ୍ଛ ଅବକାରୀ ନୀତି ଗ୍ରହଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିଲାଗି ସମ୍ପୃକ୍ତ ଅଂଶୀଦାରମାନଙ୍କ ସମେତ ରାଜ୍ୟବାସୀ କିପରି ଉପକୃତ ହୋଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି। ରାଜ୍ୟରେ ଅବକାରୀ ନୀତି ୨୦୨୫-୨୬ ପ୍ରଣୟନ ପାଇଁ ଚିଠା ପ୍ରସ୍ତାବ ଉପରେ ଅଂଶୀଦାରଙ୍କ ମତାମତ ସମ୍ପର୍କିତ ଆଲୋଚନା କରାଯାଇଛି। ଏହି ଅବସରରେ ବିଭାଗୀୟ କମିଶନର ଗୁହା ପୁନମ ତାପସ କୁମାର ଏବଂ ଅବକାରୀ କମିଶନର ନରସିଂହ ଭୋଳ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟରେ କୌଣସି ନୀତି ପ୍ରଣୟନ ପୂର୍ବରୁ ଜନସାଧାରଣ ଓ ଅଂଶୀଦାରମାନଙ୍କ ମତାମତ ଗ୍ରହଣ କରାଗଲେ ସମ୍ପୃକ୍ତ ଆଇନ ଗ୍ରହଣୀୟ ହୋଇଥାଏ ବୋଲି ମନ୍ତ୍ରୀ ହରିଚନ୍ଦନ କରିଛନ୍ତି। ବୈଠକ ପ୍ରାରମ୍ଭରେ ଶାସନ ସଚିବ ଅବକାରୀ ନୀତି ସମ୍ପର୍କରେ ତଥ୍ୟ ଉପସ୍ଥାପିତ କରିଥିଲେ। ଏହି ଅବକାରୀ ନୀତି ରାଜ୍ୟରେ ନୂତନ ପୁଞ୍ଜିନିବେଶ, ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସ୍‌, ବ୍ୟବସ୍ଥାରେ ସ୍ବଚ୍ଛତା, ମିଲେଟ୍‌ଭିତ୍ତିକ ପାନୀୟ ପ୍ରସ୍ତୁତ, ଉତ୍କର୍ଷ ଓଡ଼ିଶା ଅନୁପାଳନକୁ ପ୍ରୋତ୍ସାହନ ଦେବା ଆଦି ସମ୍ପର୍କରେ ଆଲୋଚନା ହୋଇଛି। ଏଥିରେ ମଦ ପ୍ରସ୍ତୁତକାରୀ କମ୍ପାନୀର ପ୍ରତିନିଧି, ହୋଟେଲ ଓ ରେସ୍ତେଁାରା ସଂଘର କର୍ମକର୍ତ୍ତା, ଲାଇସେନ୍ସପ୍ରାପ୍ତ ଖୁଚୁରା ବ୍ୟବସାୟୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଶିଳ୍ପ, ଅର୍ଥ, ଜଙ୍ଗଲ ଓ ପଞ୍ଚାୟତିରାଜ ବିଭାଗର ଅଧିକାରୀମାନଙ୍କ ସହ ପର୍ଯ୍ୟାୟଭିତ୍ତିକ ଆଲୋଚନା କରାଯାଇ ସେମାନଙ୍କ ମତାମତ ଲୋଡ଼ାଯାଇଛି।

ସେହିଭଳି ରାଜ୍ୟରେ ମାଣ୍ଡିଆ, ଯଅ ଓ ବାଜରାଭିତ୍ତିକ ମଦ ପ୍ରସ୍ତୁତି ସହ ବ୍ୟବସାୟିକ ପ୍ରୋତ୍ସାହନ, ମଦ ଅପମିଶ୍ରଣ ରୋକିବା, ବ୍ୟାପକ ସଚେତନତା ନେଇ ବୈଠକରେ ଆଲୋଚନା ହୋଇଛି। ସେହିଭଳି ଜନଜାତି ବର୍ଗଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହୁଲ ଫୁଲ ସଂଗ୍ରହ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିପାଇଁ ସମ୍ପୃକ୍ତ ବ୍ୟକ୍ତି କିଭଳି ଆବଶ୍ୟକ ଅର୍ଥ ପାଇପାରିବେ ସେନେଇ ବୈଠକରେ ବ୍ୟାପକ ଭାବେ ଆଲୋଚନା କରାଯାଇଛି। ସମ୍ପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ମତାମତ ପ୍ରଦାନ କରିଛନ୍ତି। ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ଅମ୍ବର କୁମାର କର ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri