Posted inଜାତୀୟ

ଲେଡି ଡନ୍‌ ଜୋୟା ଖାନ୍‌ ଗିରଫ

ନୂଆଦିଲ୍ଲୀ,୨୨।୨:ଅନେକ ବର୍ଷ ଧରି ପୋଲିସର ପହଞ୍ଚ ବାହାରେ ରହିଆସିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଶିମ୍‌ ବାବାଙ୍କ ବେଗମ୍‌ ଜୋୟା ଖାନ୍‌ ଶେଷରେ ଦିଲ୍ଲୀ ପୋଲିସ୍‌ର ସ୍ପେଶାଲ ସେଲ୍‌ ଜାଲରେ ପଡ଼ିଛନ୍ତି।
‘ଲେଡି ଡନ’୍‌ ଭାବେ ପରିଚିତ ଏହି ୩୩ ବର୍ଷୀୟା ଗ୍ଲାମରସ୍‌ ମହିଳାଙ୍କୁ ବେଆଇନ ନିଶାଦ୍ରବ୍ୟ କାରବାର ଅଭିଯୋଗରେ ଗିରଫ କରାଯାଇଛି। ତାଙ୍କଠାରୁ ୨୨୫ ଗ୍ରାମ୍‌ ହେରୋଇନ୍‌ ଜବତ ହୋଇଛି, ଯାହାର ମୂଲ୍ୟ ପାଖାପାଖି ୧ କୋଟି ଟଙ୍କା ହେବ। ଜୋୟା ଜେଲରେ ଥିବା ତାଙ୍କ ସ୍ବାମୀ ହାଶିମ ବାବାଙ୍କ ଗ୍ୟାଙ୍ଗ୍‌କୁ ଚଳାଇ ଆସୁଥିଲେ। ସେ ଡ୍ରଗ୍ସ ଚାଲାଣରେ ସମ୍ପୃକ୍ତ ଥିବା ପୋଲିସ ଖବର ପାଇବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ତାଙ୍କ ସମ୍ପର୍କରେ ପ୍ରମାଣ ଏକାଠି କରିଥିଲା। ବୁଧବାର ସେ କୌଣସି ବ୍ୟକ୍ତିଙ୍କୁ ଡ୍ରଗ୍ସ ହସ୍ତାନ୍ତର କରିବାକୁ ଥିବା ପୋଲିସ ଜାଣିବା ପରେ ତାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା।
ହାଶିମ୍‌ ବାବା ହେଉଛନ୍ତି ଜୋୟାଙ୍କ ତୃତୀୟ ସ୍ବାମୀ। ତାଙ୍କ ନାଁରେ ହତ୍ୟା, ବଟି ଆଦାୟ, ଅସ୍ତ୍ର ଚୋରାଚାଲାଣ ଆଦି ମାମଲା ରହିଛି। ବାବା ଜେଲ୍‌ ଯିବା ପରେ ଜୋୟା ତାଙ୍କ କ୍ରାଇମ୍‌ ସିଣ୍ଡିକେଟ୍‌କୁ ନିୟନ୍ତ୍ରଣ କରୁଥିଲେ। ସେ ବଟି ଆଦାୟ ଏବଂ ଡ୍ରଗ୍ସ କାରବାର ସହ ଜଡ଼ିତ ଥିବା ଦିଲ୍ଲୀ ପୋଲିସ୍‌ର ସ୍ପେଶାଲ ସେଲ୍‌ କହିଛି। ଅପରାଧରେ ସମ୍ପୃକ୍ତ ସତ୍ତ୍ୱେ ସର୍ବସାଧାରଣରେ ଜୋୟା ସ୍ବଚ୍ଛ ଭାବମୂର୍ତ୍ତି ଜାହିର କରିଆସୁଥିଲେ। ସେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବିଳାସପୂର୍ଣ୍ଣ ଜୀବନଯାପନ କରୁଥିଲେ। ସୋସିଆଲ ମିଡିଆରେ ମଧ୍ୟ ତାଙ୍କର ବହୁ ଫଲୋଅର୍ସ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri