ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡରେ କିଛି ବିଦ୍ୟୁତ ତାର ପୋଡ଼ିଯାଇଛି। ଅଧିକ କ୍ଷତି ଆଶଙ୍କା କରି ବିଦ୍ୟୁତ୍‌ ବିଭାଗ ବିଦ୍ୟୁତ୍‌ ସରବରାହ ବନ୍ଦ କରି ଦେଇଥିଲା। ଫଳରେ ଗ୍ରାମବାସୀଙ୍କୁ ରାତିସାରା ଅନ୍ଧାରରେ ରହିବାକୁ ପଡ଼ିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ମିଳିଥିବା ସୂଚନା ମୁତାବକ, ଲାଠି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାସ୍ତାକଡ଼ରେ ଗୋବିନ୍ଦ ପାଣିଗ୍ରାହୀଙ୍କ ଏକ ସାଇକେଲ ମରାମତି ଦୋକାନ ରହିଛି। ତାଙ୍କ ଦୋକାନ ପାଖରେ ଶିବନାଥ ଠାକୁରଙ୍କ ଏକ ଜଳଖିଆ ଦୋକାନ ଓ ତାଙ୍କ ଦୋକାନ ପାଖରେ ଅର୍ଜୁନ ବେହେରାଙ୍କ ପନିପରିବା ଦୋକାନ ଓ ଧାନକଳ ମାଲିକଙ୍କ ଏକ ଛୋଟ ଗୋଦାମ ଘର ରହିଛି। ସେମାନେ ଶୁକ୍ରବାର ରାତିରେ ନିଜ ବ୍ୟବସାୟ ସାରି ଦୋକାନରେ ତାଲା ପକାଇ ଘରକୁ ଯାଇଥିଲେ। ବିଳମ୍ବିତ ରାତି ପ୍ରାୟ ୨ଟାରେ ଦୋକାନରେ ନିଆଁ ଲାଗି ଜଳୁଥିବା ଦେଖି ଲୋକେ ସରପଞ୍ଚ ରାଧା ମୋହନ ସେଠୀଙ୍କୁ ଜଣାଇଥିଲେ।

ସେ ଏନେଇ ଅଗ୍ନିଶମ ବିଭାଗକୁ ଖବର କରିଥିଲେ। ଅନ୍ୟପକ୍ଷେ ଶିବନାଥଙ୍କ ଦୋକାନ ଭିତରେ ଥିବା ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ନିଆଁ ଅନ୍ୟ ଦୋକାନଗୁଡ଼ିକୁ ବ୍ୟାପି ଯାଇଥିଲା। ଲୋକେ ଭୟଭୀତ ହୋଇ ପଡିଥିଲେ। ସରପଞ୍ଚ, ଯୁବନେତା ଶିଶିର ଦାସ ପହଞ୍ଚି ନିଆଁ ଆୟତ୍ତ କରିବାରେ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସହଯୋଗ କରିଥିଲେ। ଏହି ଅଗ୍ନିକାଣ୍ଡରେ ପ୍ରାୟ ୫ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଥିବା ବ୍ୟବସାୟୀମାନେ ପ୍ରକାଶ କରି ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ନିବେଦନ କରିଛନ୍ତି।

ଅନ୍ୟପକ୍ଷରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରାଗଲେ କିପରି ଅଗ୍ନିକାଣ୍ଡ ଘଟିଲା ସେ ସମ୍ପର୍କରେ ଜଣାପଡିବ ବୋଲି ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri