‘Chhava’ର ପ୍ରଶଂସାରେ ଶତମୁଖ ହେଲେ ପ୍ରଧାନମନ୍ତ୍ରୀ ମୋଦି, ଖୁସିବ୍ୟକ୍ତ କଲେ ବିକ୍କି

ମୁମ୍ବାଇ: ବକ୍ସ ଅଫିସରେ ନୂଆ ରେକର୍ଡ କରୁଛି ଅଭିନେତା ବିକ୍କି କୌଶଲଙ୍କ ଫିଲ୍ମ ‘Chhava’। ଦର୍ଶକେ ଫିଲ୍ମକୁ ବେଶ ପସନ୍ଦ କରୁଥିବାରୁ ସିନେମାହଲ୍‌ଗୁଡ଼ିକ ହାଉସ୍‌ଫୁଲ ଯାଉଛି। ଏହି କ୍ରମରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଲ୍ମକୁ ପ୍ରଶଂସାରେ ପୋତିଛନ୍ତି। ଏହାକୁ ନେଇ ବିକ୍କି ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନୂଆଦିଲ୍ଲୀ ୯୮ ଅଖିଳ ଭାରତୀୟ ମରାଠୀ ସାହିତ୍ୟ ସମ୍ମିଳନୀର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ଫିଲ୍ମ ‘ଛାବା’ର ପ୍ରଶଂସା କରି କହିଥିଲେ, ଏବେ ଫିଲ୍ମ ‘ଛାବା’ ହୃଦୟ ଜିତୁଛି। କହିବାକୁ ଗଲେ ମହରାଷ୍ଟ୍ର ଏବଂ ମୁମ୍ବାଇ, ଯାହା ମରାଠୀ ସହ ହିନ୍ଦୀ ସିନେମାକୁ ନୂଆ ଦିଗ ଦେଇଛି। ଶିବାଜୀ ସାବନ୍ତଙ୍କ ମରାଠୀ ଉପନ୍ୟାସରୁ ସମ୍ଭାଜୀ ମହାରାଜଙ୍କ ବୀରତାର ପରିଚୟ ବିକ୍କିଙ୍କ ରୂପରେ ଦେଖିବାକୁ ମିଳୁଛି ବୋଲି ସେ କହିଛନ୍ତି।

 

View this post on Instagram

 

A post shared by Maddock Films (@maddockfilms)

ତେବେ ପ୍ରଧାନମନ୍ତ୍ରୀଙ୍କଠାରୁ ପ୍ରଶଂସା ଶୁଣି ବିକ୍କି ସୋସିଆଲ ମିଡିଆରେ ଷ୍ଟୋରୀ ଲଗାଇଛନ୍ତି। ଶବ୍ଦ ଶୁଣି ସମ୍ମାନବୋଧ ହେଲା। ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ବୋଲି ଲେଖିଛନ୍ତି।

ଫିଲ୍ମର ବ୍ୟବସାୟ ବିଷୟରେ କହିଲେ ଏହା ଫେବୃଆରୀ ୧୪ରେ ରିଲିଜ ହୋଇଥିଲା। ଏଯାବତ ସାରା ଦେଶରେ ଏହା ୨୪୨.୨୫ କୋଟି ଟଙ୍କା ରୋଜଗାର କରିସାରିଛି। ସେହିଭଳି ବିଶ୍ୱସ୍ତରରେ ଏହା ୩୦୭.୫୦ କୋଟି ରୋଜଗାର କରିଛି। ଫିଲ୍ମରେ ବିକ୍କି ସମ୍ଭାଜୀ ମହାରାଜଙ୍କ ଭୂମିକାରେ ଥିବା ବେଳେ ଅକ୍ଷୟ ଖନ୍ନା ଔରଙ୍ଗଜେବ୍‌ ଭୂମିକାରେ ନଜର ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri