Posted inଖେଳ

ପାକିସ୍ତାନ ବିପକ୍ଷରେ ରୋହିତଙ୍କ ବଡ଼ ବାଜି

ଦୁବାଇ,୨୩।୨: ଦୁବାଇରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟସ ହୋଇଛି। ପାକିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟସ ପରେ ଉଭୟ ଦଳର ଅଧିନାୟକ ସେମାନଙ୍କର ପ୍ଲେଇଂ ଇଲେଭେନ ଘୋଷଣା କରିଛନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ପ୍ଲେଇଂ ଇଲେଭେନରେ କୌଣସି ପରିବର୍ତ୍ତନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ ତାଙ୍କ ଦଳରେ ଗୋଟିଏ ପରିବର୍ତ୍ତନ ଘୋଷଣା କରିଛନ୍ତି। ଫଖର ଜମାନ ଆହତ ଥିବା ଯୋଗୁ ବାଦ ପଡ଼ିବା ପରେ ଇମାମ ଉଲ ହକଙ୍କୁ ପାକିସ୍ତାନ ଦଳରେ ନିଆଯାଇଛି।
ଏହି ମୁକାବିଲା ଲାଗି ରୋହିତ ନିଜର ବିଜୟୀ ଟିମ୍‌ ସହ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ପୂର୍ବରୁ କୁଲଦୀପ ଯାଦବଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଥିଲା।
ଏହା ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ଉଭୟଙ୍କ ଦ୍ୱିତୀୟ ମ୍ୟାଚ। ପାକିସ୍ତାନ ନ୍ୟୁଜିଲାଣ୍ଡ ବିପକ୍ଷରେ ତା’ର ପ୍ରଥମ ମ୍ୟାଚ୍‌ରେ  ୬୦ ରନ୍‌ରେ ପରାସ୍ତ ହୋଇଛି। ଅପରପକ୍ଷେ ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ପ୍ରଥମ ମ୍ୟାଚ୍‌ ହାରିବା ପରେ ଭାରତ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି ପାକିସ୍ତାନ ଆଜି ହାରିଯାଏ, ତେବେ ଟୁର୍ନାମେଣ୍ଟରେ ଆଗକୁ ବଢ଼ିବାର ଦ୍ୱାର ଦଳ ପାଇଁ ବନ୍ଦ ହୋଇଯିବ। ସେହିଭଳି ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ସେମିଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିବାକୁ ଚାହିଁବ।
ଭାରତ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, କେଏଲ ରାହୁଲ, ଶ୍ରେୟସ ଆୟର, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ଶାମି, ହର୍ଷିତ ରାଣା
ପାକିସ୍ତାନ: ମହମ୍ମଦ ରିଜୱାନ (ଅଧିନାୟକ), ବାବର ଆଜମ, ସଲମାନ ଆଗା, ସୌଦ ଶକିଲ, ଇମାମ-ଉଲ-ହକ, ତୈୟବ ତାହିର, ଖୁସଦିଲ ଶାହ, ଶାହିନ ଶାହ ଆଫ୍ରିଦି, ନସିମ ଶାହ, ହାରିସ ରୌଫ, ଅବରାର ଅହମ୍ମଦ

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri