ଉତ୍ତର-ପୂର୍ବ ଭାରତରେ କାମ୍ପା ପୋର୍ଟଫୋଲିଓର ବିସ୍ତାର

ମୁମ୍ବାଇ,୨୪।୨: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ (ଆର୍‌ସିପିଏଲ୍‌)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ନୂତନ କାମ୍ପା ଏବଂ ପାନୀୟଜଳ ବଟଲିଂ ପ୍ଲାଣ୍ଟ ଆସାମର ଗୁଆହାଟୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉତ୍ତର-ପୂର୍ବ ଭାରତରେ କାମ୍ପାର ପୋର୍ଟଫୋଲିଓର ଉପସ୍ଥିତିକୁ ବ୍ରାଣ୍ଡ୍‌ ସୁଦୃଢ଼ କରିଛି। ସେହିଭଳି ଆସାମର ପ୍ରମୁଖ ଘରୋଇ ବ୍ୟବସାୟିକ ପ୍ରତିଷ୍ଠାନ ଜେରିକୋଙ୍କ ସହ ଆର୍‌ସିପିଏଲର ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏହି ବୁଝାମଣା ଅନୁଯାୟୀ ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଉକ୍ତ ପ୍ରକଳ୍ପ ଦ୍ୱୟର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବରେ ଆସାମର ମୁଖ୍ୟମନ୍ତ୍ରୀ ଡ. ହିମନ୍ତ ବିଶ୍ୱଶର୍ମା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟ ଉଭୟ ଆରସିପିଏଲ ଏବଂ ଜେରିକୋର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୬ ଲକ୍ଷ ବର୍ଗଫୁଟରୁ ଅଧିକ ପରିବ୍ୟାପ୍ତ ଅଞ୍ଚଳରେ ଏହି କାରଖାନା ଆରମ୍ଭ ହୋଇଥିଲାବେଳେ ଯାହା ଏହି ଅଞ୍ଚଳର ଶିଳ୍ପ ଏବଂ ଅର୍ଥନୈତିକ ପ୍ରସାରରେ ଏହାର ଭୂମିକାକୁ ଗୁରୁତ୍ୱ ଦେଇଥିଲା। ଅପରପକ୍ଷର ସମ୍ପୃକ୍ତ ଅଞ୍ଚଳର ସର୍ବବୃହତ ପାନୀୟ ଉତ୍ପାଦନ ୟୁନିଟ୍‌ ମଧ୍ୟରୁ ଏହା ଅନ୍ୟତମ ବୋଲି କୁହାଯାଉଛି। ବିଶେଷକରି ଏହାର ପ୍ରାରମ୍ଭିକ ଉତ୍ପାଦନ କ୍ଷମତା ୧୦କୋଟି ଲିଟରରୁ ଅଧିକ ହୋଇଥିଲାବେଳେ କାର୍ବୋନେଟେଡ ସଫ୍ଟ ଡ୍ରିଙ୍କ (ସିଏସ୍‌ଡି) ଏବଂ ପ୍ରାୟ ୧୮କୋଟି ଲିଟର ପ୍ୟାକେଜ୍‌ ପାନୀୟ ଜଳ, ଯାହା ବର୍ଦ୍ଧିତ ଗ୍ରାହକ ଚାହିଦା ପାଇଁ ପ୍ରଚୁର ଯୋଗାଣକୁ ସୁନିଶ୍ଚିତ କରିଥାଏ। ଏ ନେଇ ଆସାମର ମୁଖ୍ୟମନ୍ତ୍ରୀ ବିଶ୍ୱଶର୍ମା କହିଛନ୍ତି, ସାଧାରଣ ଲୋକମାନେ କାମ୍ପାର ଉତ୍ପାଦଗୁଡ଼ିକୁ ବର୍ତ୍ତମାନ ବହୁତ ସୁଲଭ ମୂଲ୍ୟରେ କିଣିପାରିବେ। ଏପରିକି ଏହା କାମ୍ପାକୋଲାର ଏକ ବଡ଼ ସୁବିଧା କେନ୍ଦ୍ର ହୋଇଥିଲାବେଳେ ସେମାନେ ସୁଲଭ ମୂଲ୍ୟରେ ଗୁଣାତ୍ମକ ଉତ୍ପାଦ ପ୍ରଦାନ କରିବେ। କମ୍ପାନୀ ଗୁଣବତ୍ତା ସହିତ ସାଲିସ୍‌ କରୁନାହାନ୍ତି, ଯାହା ଅନ୍ୟାନ୍ୟ ବିଶ୍ୱ ମାନଦଣ୍ଡ ସହିତ ସମକକ୍ଷ ବୋଲି କୁହାଯାଇଛି। ସେହିଭଳି ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡର ସିଓଓ କେତନ ମୋଡି କହିଛନ୍ତି, ଆମେ ଜେରିକୋ ସହ ବୁଝାମଣା କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ଗୁଆହାଟୀ ପ୍ଲାଣ୍ଟର ଉଦଘାଟନ ସହ ବ୍ରାଣ୍ଡ୍‌ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri