ରତ୍ନାକର ପଟ୍ଟନାୟକ ଏଲ୍‌ଆଇସିର ନୂଆ ପରିଚାଳନା ନିର୍ଦ୍ଦେଶକ

ଜୟପୁର,୨୪ା୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରର ରତ୍ନାକର ପଟ୍ଟନାୟକ ଭାରତର ପ୍ରମୁଖ ରଷ୍ଟ୍ରାୟତ୍ତ ଉଦ୍ୟୋଗ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂଆ ପରିଚାଳନା ନିର୍ଦ୍ଦେଶକ ଭାବେ ନିକଟରେ ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ଜୁନ୍‌ ପହିଲାରୁ ସେ ଏଲ୍‌ଆଇସି ଶୀର୍ଷ ପରିଚାଳନା କ୍ଷେତ୍ରରେ ଯୋଗଦେବେ ବୋଲି ବିତ୍ତୀୟ ସେବା ବ୍ୟୁରୋ ପକ୍ଷରୁ ସୂଚନା ଦିଆଯାଇଛି। ଜୀବନ ବୀମା ପରିଚାଳନା କ୍ଷେତ୍ରରେ ତାଙ୍କର ଦକ୍ଷତା ପ୍ରଦର୍ଶନ ସହ ବ୍ୟକ୍ତିଗତ ବିଦବତ୍ତା ପାଇଁ ରାଜ୍ୟରେ ଗୌରବ ଆଣିଛନ୍ତି। ରତ୍ନାକର କୋରାପୁଟ ଜିଲା ଜୟପୁର ନୀଳକଣ୍ଠ ନଗରର ସ୍ବର୍ଗତ ଜଗନ୍ନାଥ ପଟ୍ଟନାୟକ ଓ ଲଳିତା ପଟ୍ଟନାୟକଙ୍କ ପୁଅ। ରତ୍ନାକର ୧୯୬୮ରେ ଜନ୍ମଗ୍ରହଣ କରିଥିଲେ। ସେ ମାଲକାନଗିରି ଓ କୁନ୍ଦୁରାରେ ହାଇସ୍କୁଲ ଶିକ୍ଷା ପରେ ଜୟପୁରସ୍ଥିତ ବିକ୍ରମ ଦେବ କଲେଜ ତଥା ବିଶ୍ୱବିଦ୍ୟାଳୟରେ ବିଏସ୍‌ସି କରିଥିଲେ। ୨୨ ବର୍ଷ ବୟସରେ ଭାରତୀୟ ଜୀବନ ବୀମା ନିଗମରେ କ୍ୟାରିୟର ଆରମ୍ଭ କରିଥିଲେ। ଜୟପୁର ଏଲ୍‌ଆଇସିରେ ମଧ୍ୟ ଶାଖା ପରିଚାଳକ ଭାବେ ଦାୟିତ୍ୱ ନେଇ ରେକର୍ଡ କରିଥିଲେ। ରାୟଗଡ଼ା ଶାଖାରେ ମଧ୍ୟ କାର୍ଯ୍ୟ କରିଥିଲେ। ଇନ୍ଦୋର ଓ ଜାମସେଦପୁରରେ ୨୦୧୨ରୁ ୨୦୧୭ ମଧ୍ୟରେ ଏସ୍‌ଡିଏମ୍‌ ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୧ରୁ ଏଲ୍‌ଆଇସି କେନ୍ଦ୍ରୀୟ କାର୍ଯ୍ୟାଳୟରେ କାର୍ଯ୍ୟ କରିଆସୁଥିଲେ। ଭାରତୀୟ ଜୀବନ ବୀମାର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇବା ପରେ ଖୁସିର ଲହରି ଖେଳିଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri