ସ୍କୁଲରେ ପାଠପଢା ପରିବର୍ତ୍ତେ ସଫେଇ କାର୍ଯ୍ୟରେ ନିୟୋଜିତ ହେଉଛନ୍ତି ଛାତ୍ରୀଛାତ୍ର, ଅଭିଭାବକ ମହଲରେ ଅସନ୍ତୋଷ

ନିରାକାରପୁର, ୨୪।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଶିକ୍ଷାର ବିକାଶ ପାଇଁ କେନ୍ଦ୍ରଠାରୁ ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ ଯୋଜନା ପରେ ଯୋଜନା ପ୍ରସ୍ତୁତ କରିଛନ୍ତି। ହେଲେ ତଳସ୍ତରରେ କିଛି ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ସରକାର ଅନେକ ସମୟରେ ବଦନାମ ହେବାକୁ ପଡୁଛି । ସରକାରଙ୍କ ନୀତିନିୟମ ଅନୁସାରେ ଛାତ୍ରୀଛାତ୍ରଙ୍କୁ ପାଠପଢା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟରେ ନିୟୋଜିତ ନିମନ୍ତେ ବାରଣ କରାଯାଇଛି । ହେଲେ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ପାଠପଢା ବଦଳରେ ସ୍କୁଲରେ ଆବର୍ଜନା ସଫା କରୁଥିବା ଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା କମାଗୁରୁ ପଞ୍ଚାୟତ ବେଲପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦେଖିବାକୁ ମିଳିଛି ।

ସ୍କୁଲ ଖୋଲିବା ପରେ ଉକ୍ତ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷୟିତ୍ରୀ ବସି ରହି ଛାତ୍ରମାନଙ୍କୁ ଆବର୍ଜନା ସଫା କରିବା ଦାୟିତ୍ୱରେ ନିୟୋଜିତ କରିଥିବା ବେଳେ କିଛି ଛାତ୍ରୀଙ୍କ ହାତରେ ଝାଡୁ ଧରାଇ ସ୍କୁଲ ପରିସର ସଫା କାର୍ଯ୍ୟରେ ଲଗାଇଥିଲେ । ଆଉ କିଛି ଛାତ୍ରୀ ସ୍କୁଲ ଗୃହ ଓ ବାରଣ୍ଡା ଝାଡୁ କରୁଥିବା ଦେଖିବାକୁ ମିଳିଛି। ଏନେଇ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ସେ କହିଛନ୍ତି, ଆମର ଷ୍ଟାଫ ଆଉ କେହିନାଁହାନ୍ତି କିଏ ସଫାକରିବ । ଏନେଇ ସିଆରସିସି ବିଜୟ କୁମାର ମାନସିଂହଙ୍କୁ ପଚାରିବାରୁ ଏଭଳି ଖବର ଶୁଣି ମୁଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ତାଗିଦ କରିଥିବା ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri