ବରଗଡ଼ ଜିଲାପାଳଙ୍କୁ ଭିନ୍ନକ୍ଷମମାନଙ୍କ ୮ଦଫା ଦାବିପତ୍ର ପ୍ରଦାନ,୧୧ରେ ରାସ୍ତା ଅବରୋଧ ଚେତାବନୀ

ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ଭିନ୍ନକ୍ଷମମାନଙ୍କୁ ନେଇ ଗଠିତ ପେରେଣ୍ଟସ୍‌ ଆସୋସିଏଶନ ମଙ୍ଗଳବାର ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ୮ଦଫା ସମ୍ମିଳିତ ଦାବିପତ୍ର ପ୍ରଦାନ କରିଛି। ତୁରନ୍ତ ସେମାନଙ୍କ ଦାବି ପୂରଣ କରିବା ପାଇଁ ଆସୋସିଏଶନ ଦାବି କରିଛି। ଦାବି ସମୂହ ପୂରଣ କରା ନଗଲେ ଆସନ୍ତା ମାର୍ଚ୍ଚା ମାସ ୧୧ତାରିଖ ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରାସ୍ତା ଅବରୋଧ କରାଯିବ ବୋଲି ଆସୋସିଏଶନ ଚେତାବନୀ ଦେଇଛି। ବୟସ୍କ ଭିନ୍ନକ୍ଷମ, ବିଧବା ଏବଂ ନିରାଶ୍ରୟମାନଙ୍କୁ ମାସିକ ୩ହଜାର ଟଙ୍କା ଭତ୍ତା ପ୍ରଦାନ, ଭିନ୍ନକ୍ଷମମାନଙ୍କ ପାଇଁ ଉଦ୍ଦିଷ୍ଟ ଆଇନ ଗୁଡ଼ିକୁ ଠିକ୍‌ଭାବେ ଧ୍ୟାନ ଦେବା, ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଭିନ୍ନକ୍ଷମ ମାନଙ୍କ ପାଇଁ ବାଧାମୁକ୍ତ ରାସ୍ତା କରାଯିବା, ବସୁନ୍ଧରା ଯୋଜନାକୁ ଠିକ୍‌ଭାବେ କାର୍ଯ୍ୟକାରୀ କରାଯିବା, ଦିବ୍ୟାଙ୍ଗମାନଙ୍କ କାର୍ଯ୍ୟରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ସରକାରୀ ଜାଗା ପ୍ରଦାନ ସହିତ ଭିନ୍ନକ୍ଷମ ମାନଙ୍କ କାର୍ଯ୍ୟାଳୟ ନିର୍ମାଣ, ପୂର୍ବରୁ ଆସୋସିଏଶନ କରି ଆସୁଥିବା ଦାବି ସମୂହର ପୂରଣ, ବରଗଡ଼ ସଦର ବ୍ଲକରେ ଭିନ୍ନକ୍ଷମମାନଙ୍କ ପାଇଁ ରହିଥିବା ସ୍ବଚ୍ଛ ଭାରତ ମିଶନ ପାଇଖାନା ଯୋଜନାର ଯନ୍ତ୍ରୀ ଏବଂ କିରାଣିଙ୍କୁ ବଦଳି ପାଇଁ ଆସୋସିଏଶନ ଦାବି କରିଛି। ଆସୋସିଏଶନର ସମ୍ପାଦକ ସାନନ୍ଦ ନାଗ ଦାବିପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri