ଚାଷରେ ଜୈବ ପୋଷକର ବ୍ୟବହାରକୁ ଗୁରୁତ୍ୱ

ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ପାତ୍ରପାଲିଠାରେ ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଓ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ଜୈବ ଉର୍ବରକ ମଡ଼େଲର ତାଲିମ ଏବଂ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ଚାଷକ୍ଷେତ୍ରରେ ବିଭିନ୍ନ ପ୍ରକାର ରାସାୟନିକ କୀଟନାଶକ, ସାରର ବହୁଳ ବ୍ୟବହାର ହେଉଥିବା ଯୋଗୁ ତାକୁ ଦୃଷ୍ଟିରେ ରଖି ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି ଏବଂ ଜୈବ ପୋଷକର ବ୍ୟବହାର ଦ୍ୱାରା ଏହା ସମ୍ଭବ ହୋଇ ପାରିବ ବୋଲି କାର୍ଯ୍ୟକ୍ରମରେ ମତପ୍ରକାଶ ପାଇଥିଲା। ମାଟିର ଉର୍ବରତାକୁ ବଜାୟ ରଖିବା ଏବଂ ବିହନ ବିଶୋଧନ ପ୍ରକ୍ରିୟାରେ ତାକୁ ବ୍ୟବହାର କରାଯାଇ ଫସଲକୁ ୧୫ରୁ ୨୦ପ୍ରତିଶତ ବୃଦ୍ଧି କରାଯାଇ ପାରିବ ବୋଲି କାର୍ଯ୍ୟକ୍ରମରେ ଉପସ୍ଥିତ କୃଷି ବୈଜ୍ଞାନିକ, ଅଧିକାରୀବୃନ୍ଦ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ କୃଷି ବିଜ୍ଞାନ କେନ୍ଦ୍ରର ଡଃ ନୃସିଂହ ଚରଣ ବାରିକ, କେନ୍ଦ୍ରୀୟ ଧାନ ଗବେଷଣା ଅନୁଷ୍ଠାନର ବୈଜ୍ଞାନିକ ପି. ପନିରସେଲଭମ୍‌, ଅରୁପ କୁମାର ମୁଖାର୍ଜୀ, ଜିଲା କୃଷି ଅଧିକାରୀ ବିରେନ୍ଦ୍ର ଛୁରିଆ ପ୍ରମୁଖ ଉପସ୍ଥିତ ଥିଲେ। ଡଃ ସାଇକ୍ରିଷ୍ଣା ରିପାଲି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପାତ୍ରପାଲି ଗ୍ରାମର ଉଦ୍ୟୋଗୀ ଚାଷୀ ଜୟନାରାୟଣ ସାହୁ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri