୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ ଲାଗି ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଥିବା ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ବ୍ଲକ ଉକ୍ତ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ନାବାଳିକା ଛାତ୍ରୀ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇ ହଷ୍ଟେଲକୁ ଫେରିଲା ପରେ ସନ୍ଧ୍ୟାରେ ଗର୍ଭଯନ୍ତ୍ରଣା ଅନୁଭବ କରିଥିଲେ। ପରେ ଛାତ୍ରାବାସ ଛାତ ଉପରେ ଏକ ସନ୍ତାନ ଜନ୍ମ ଦେଇଥିଲେ। ଏହି ଘଟଣା ଜଣାପଡିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ନାବାଳିକାଙ୍କ ବାପାଙ୍କୁ ଜଣାଇଥିଲେ। ଝିଅର ଏ ଅବସ୍ଥା ଦେଖି ତାଙ୍କ ବାପା ଚିତ୍ରକୋଣ୍ଡା ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀକରି ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ନାବାଳିକାଙ୍କ ସହ ନବଜାତକକୁ ଚିତ୍ରକୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାକୁ ନେଇ ଚିତ୍ରକୋଣ୍ଡା ପୋଲିସ ପ୍ରାଥମିକ ତଦନ୍ତ ପରେ ଦିସାରିଗୁଡା ଗ୍ରାମର ଜଣଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଏ ଘଟଣା ଜାଣିଲା ପରେ ମଙ୍ଗଳବାର ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ଚିତ୍ରକୋଣ୍ଡା ଯାଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri