Posted inଖେଳ

କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ: ପଣ୍ଟିଂ

ଦୁବାଇ,୨୬ା୨: ମୁଁ ବିରାଟ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ କହିଛନ୍ତି। ଏଥିସହିତ କୋହଲି ୫୦ ଓଭର ଫର୍ମାଟରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ସର୍ବାଧିକ ରନ କରିବାର ରେକର୍ଡକୁ ପଛରେ ପକାଇପାରନ୍ତି ବୋଲି ସେ ଆଶା ବ୍ୟକ୍ତି କରିଛନ୍ତି। ଗତ ରବିବାର ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ଚାମ୍ପିୟନ୍ସ ଟ୍ରଫି ମ୍ୟାଚରେ କୋହଲି ଅପରାଜିତ ୧୦୦ ରନ କରିଥିଲେ, ଯାହାକି ତାଙ୍କ କ୍ୟାରିୟରର ୫୧ତମ ଦିନିକିଆ ଶତକ ଥିଲା। ମୋ ମତରେ ମୁଁ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ। ଦିନିକିଆରେ ସର୍ବାଧିକ ରନ କରିଥିବା ବ୍ୟାଟରଙ୍କ ତାଲିକାରେ କୋହଲି ମୋତେ ଅତିକ୍ରମ କରିଛନ୍ତି। ଏହି ତାଲିକାରେ ବର୍ତ୍ତମାନ ଦୁଇ ଜଣ ତାଙ୍କଠାରୁ ଆଗରେ ଅଛନ୍ତି। ମୁଁ ନିଶ୍ଚିତ ଯେ, ଦିନିକିଆରେ ସର୍ବାଧିକ ରନ ସ୍କୋରର ହେବା ପାଇଁ ସେ ନିଜକୁ ଶ୍ରେଷ୍ଠ ସୁଯୋଗ ଦେବେ। ସେ ଶାରୀରିକ ଭାବେ ପୂର୍ବ ଭଳି ପୂରା ଫିଟ ଅଛନ୍ତି ଏବଂ ସେ ଖୁବ୍‌ ଅଭ୍ୟାସ ମଧ୍ୟ କରୁଛନ୍ତି। ସେ ଏବେ ବି ସଚିନଙ୍କଠାରୁ ୪ ହଜାର ରନ ପଛରେ ଅଛନ୍ତି। କିନ୍ତୁ କୋହଲିଙ୍କୁ କଦାପି ଅଣଦେଖା କରାଯାଇ ପାରିବ ନାହିଁ ବୋଲି ପଣ୍ଟିଂ ଆଇସିସି ରିଭ୍ୟୁରେ କହିଛନ୍ତି। କୋହଲି ଏବେ ଦିନିକିଆରେ ୧୪,୦୮୫ ରନ୍‌ କରିଥିବା ବେଳେ ସେ ଏବେ ସଚିନ (୧୮,୪୨୬ ରନ୍‌)ଙ୍କଠାରୁ ୪,୩୪୧ ରନ ପଛରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri