Posted inଜାତୀୟ

ଅପରାଧୀ ରାଜନେତାଙ୍କୁ ନିର୍ବାଚନରୁ କରାଯିବ କି ବ୍ୟାନ? Supreme Courtରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬।୨: ନିକଟରେ Supreme Court କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିଥିଲେ ଯେ ଦୋଷୀ ସାବ୍ୟସ୍ତ ହୋଇଥିବା ଏମପି ଏବଂ ବିଧାୟକମାନଙ୍କୁ ର୍ନିବାଚନ ଲଢ଼ିବା ପାଇଁ ସ୍ଥାୟୀ ଭାବରେ ନିଷେଧ କରାଯିବା ଉଚିତ କି ନାହିଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଜବାବରେ କୁହାଯାଇଛି ଯେ ଫୌଜଦାରୀ ମାମଲାରେ ଦୋଷୀ ସାବ୍ୟସ୍ତ ରାଜନେତାମାନଙ୍କୁ ଦଣ୍ଡାଦେଶ ପରେ ଜୀବନବ୍ୟାପୀ ର୍ନିବାଚନ ଲଢ଼ିବା ପାଇଁ ନିଷେଧ କରାଯାଇପାରିବ ନାହିଁ।

ସଂସଦ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟବସ୍ଥା କରିଛି। ଗୃହରୁ ଜଣଙ୍କୁ ଅଯୋଗ୍ୟ ଘୋଷଣା କରିବାର ସର୍ତ୍ତଗୁଡ଼ିକ ମଧ୍ୟ ସ୍ପଷ୍ଟ। ଆବେଦନକାରୀଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନରେ ବିଭିନ୍ନ ଦିଗକୁ ଅସ୍ପଷ୍ଟ ଭାବରେ ଉପସ୍ଥାପନ କରାଯାଇଛି। କେନ୍ଦ୍ର ସରକାର Supreme Courtଙ୍କୁ ୨୦୧୬ରେ ଦାୟର ହୋଇଥିବା ଆବେଦନକୁ ଖାରଜ କରିବାକୁ ଅନୁରୋଧ କରିଛନ୍ତି।

ସୁପ୍ରିମକୋର୍ଟ ଏହି ମାମଲାରେ ସରକାର ଏବଂ ର୍ନିବାଚନ କମିଶନଙ୍କଠାରୁ ଜବାବ ମାଗିଥିଲେ ଏବଂ କହିଥିଲେ ଯେ ଯଦି ଜଣେ ସରକାରୀ କର୍ମଚାରୀ ଦୋଷୀ ସାବ୍ୟସ୍ତ ହୁଅନ୍ତି, ସେ ଜୀବନବ୍ୟାପୀ ଚାକିରିରୁ ବହିଷ୍କାର ହୋଇଯାଆନ୍ତି, ତେବେ ଦୋଷୀ ନେତା କିପରି ସଂସଦକୁ ଫେରିପାରିବେ? ଆଇନ ଭଙ୍ଗକାରୀମାନେ ଆଇନ ତିଆରି କରିବା ପାଇଁ କିପରି କାମ କରିପାରିବେ?

ଆଡଭୋକେଟ ଅଶ୍ୱିନୀ ଉପାଧ୍ୟାୟ ୨୦୧୬ରେ ଏକ ପିଆଇଏଲ ଦାୟର କରିଥିଲେ। ଏଥିରେ, ଜନପ୍ରତିନିଧି ଆଇନ 1951ର ଧାରା 8 ଏବଂ 9ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଥିଲା ଯେ ରାଜନୈତିକ ଦଳଗୁଡ଼ିକ ସ୍ପଷ୍ଟ କରିବା ଉଚିତ ଯେ ସେମାନେ କାହିଁକି ସୱଚ୍ଛ ଭାବମୂର୍ତ୍ତି ଥିବା ଲୋକଙ୍କୁ ପାଇପାରୁନାହାଁନ୍ତି।

ପ୍ରଚଳିତ ଆଇନ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କୁ ଫୌଜଦାରୀ ମାମଲାରେ ୨ ବର୍ଷ କିମ୍ବା ତା’ଠାରୁ ଅଧିକ ସଜା ଦିଆଯାଏ, ତେବେ ସଜା ପୂରଣ ହେବା ପରେ ତାଙ୍କୁ ୬ ବର୍ଷ ପର୍ଯ୍ୟନ୍ତ ର୍ନିବାଚନ ଲଢ଼ିବା ପାଇଁ ବାରଣ କରାଯାଏ। ଆବେଦନକାରୀ ଅଶ୍ୱିନୀ ଉପାଧ୍ୟାୟ ଆବେଦନରେ ଦୋଷୀ ରାଜନେତାଙ୍କ ଉପରେ ଆଜୀବନ ପ୍ରତିବନ୍ଧକ ଲଗାଇବା ଏବଂ ବିଭିନ୍ନ ଅଦାଲତରେ ସେମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri