ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ

ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଜିଲାପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବାଲିଗୁଡ଼ା ଉପଜିଲାପାଳ ଡଃ ରୀନା ପ୍ରଧାନ, ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା ବିବରଣୀ ପଠନ କରି ଦାରିଙ୍ଗବାଡ଼ିର ପର୍ଯ୍ୟଟନ କ୍ଷେତ୍ର ସହ ଜୈବିକ ପଦ୍ଧତିରେ କରାଯାଉଥିବା ଚାଷ ହଳଦୀ, ଅଦା, କଫି, ପନିପରିବା ଆଦି ସମ୍ପର୍କରେ ଉପସ୍ଥିତ ପୁଞ୍ଜି ନିବେଶକାରୀ ଓ ନିମନ୍ତ୍ରିତ ଅତିଥିଙ୍କ ଉଦ୍ଦେଶ୍ୟରେ ପ୍ରକାଶ କରିଥିଲେ। ଦାରିଙ୍ଗବାଡ଼ିର ବିକାଶ ତଥା ଅଞ୍ଚଳବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରିବା ପାଇଁ କୃଷି, ପର୍ଯ୍ୟଟନକ୍ଷେତ୍ର ସମେତ ସରକାରୀ-ଶିଳ୍ପ ସଂଳାପ, ବିଭିନ୍ନ କ୍ଷେତ୍ରରେ ଆତିଥ୍ୟ ବ୍ୟବସ୍ଥା, ବିଭିନ୍ନ ବ୍ୟବସାୟିକ କ୍ଷେତ୍ରରେ ହିତାଧିକାରୀ ନେଟଓ୍ବାର୍କିଂ ସୁଯୋଗ,ଏଗ୍ରୋ-ଟୁରିଜିମ୍‌ରେ ଅର୍ଥ ବିନିଯୋଗ ଓ ଏହାର ଫାଇଦା, ବିନିଯୋଗ ଜୋନ୍‌ ଟୁର୍‌ ଏବଂ କନ୍ଧମାଳରେ ଅମଳ ହେଉଥିବା ବିଭିନ୍ନ ସାମଗ୍ରୀ ତଥା ହଳଦୀ, ତେନ୍ତୁଳି, ଷ୍ଟ୍ରବେରୀ,କଫି,ମାଣ୍ଡିଆ, ଆମ୍ବ, ଲିଚୁ, ପଣସ, ଆଦିରୁ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରଗୁଡ଼ିକରେ କିଭଳି ଅର୍ଥ ବିନିଯୋଗ କରି ପୁଞ୍ଜି ନିବେଶକାରୀଙ୍କ ଜରିଆରେ କନ୍ଧମାଳର ବିକାଶ କରାଯାଇପାରିବ ଏଥିପାଇଁ ନିବେଶକାରୀଙ୍କୁ ଜଳ, ଜଙ୍ଗଲ,ଜମି ଆବଶ୍ୟକ ଭିତ୍ତିଭୂମି ଯୋଗାଇଦେବାକୁ ସରକାର ଯୋଜନା କରିଥିବା କୁହାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପିତ ହେବ। କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥି, ପୁଞ୍ଜିନିବେଶକାରୀମାନେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri