ଖୋର୍ଦ୍ଧାରେ ଭୟଙ୍କର ବିସ୍ଫୋରଣ: ୨ ଶିଶୁ ଗୁରୁତର

ଖୋର୍ଦ୍ଧା,୨୭।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ କୁମାରବସ୍ତ ଗ୍ରାମରେ ଭୟଙ୍କର ବିସ୍ଫୋରଣ। ଜାଗର ପାଇଁ ଠାକୁର ଘରେ ଥିବା ବାଣ ବିସ୍ପୋରଣ ୨ ଶିଶୁ ଗୁରୁତର ଜଣେ ସାମାନ୍ଯ ଆହତ ହୋଇଛନ୍ତି। ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା ଅଛନ୍ତି। ଗୁରୁତର ମାନଙ୍କୁ ଖୋର୍ଦ୍ଧା ମେଡିକାଲ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି।

ତେବେ ବାଣ କି ବୋମା ବିସ୍ଫୋରଣ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସଦର ଏସଡିପିଓ ନିହାର ରଞ୍ଜନ ପ୍ରଧାନ, ଥାନାଧିକାରୀ ଗାୟତ୍ରୀ ମିଶ୍ର ପ୍ରମୁଖ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଗୁରୁବାର ମଧ୍ଯାହ୍ନରେ ଏହି ଘଟଣା ଘଟିଛି।

ତାପସ ମଙ୍ଗରାଜଙ୍କ ଭଣଜା ଭାଣାଜି ମାମୁ ଘରକୁ ବୁଲି ଆସିଥିଲେ। ଜାଗରରେ ଫୁଟାଇବା ପାଇଁ ବାଣ ଠାକୁର ଘରେ ରଖିଥିଲେ। ପିଲାମାନେ ଠାକୁର ଘରେ ବାରଣ୍ଡାରେ ଖେଳୁଥିବା ବେଳେ ହଠାତ ବାଣ ବିସ୍ଫୋରଣ ହୋଇ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଏଥିରେ ୩ ଜଣ ଆହତ ହୋଇଥିବା ବେଳେ, ୨ ଜଣ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ସେମାନଙ୍କୁ ଖୋର୍ଦ୍ଧା ମେଡିକାଲକୁ ନେଇଥିଲେ, ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ସାହିତ୍ୟ ସାଇଣ୍ଟିଫିକ ଟିମ ପହଞି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri