Posted inଖେଳ

ସଂସଦରେ ଉଠିବ ପାକିସ୍ତାନ ପରାଜୟ ପ୍ରସଙ୍ଗ: ଖେଳାଳିଙ୍କୁ ପ୍ରଶ୍ନ କରିବେ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୨୭।୨: ଚାମ୍ପିଅନ୍ସ ଟ୍ରଫିରେ ଆୟୋଜକ ଦଳର ଖରାପ ପ୍ରଦର୍ଶନ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବଂ ଦଳର ଖେଳାଳିମାନଙ୍କ ସହ ଆଲୋଚନା କରିବେ। ରାଜନୈତିକ ପରାମର୍ଶଦାତା ରାଣା ସାନାଉଲ୍ଲା ଏହି ସୂଚନା ଦେଇଛନ୍ତି। ପାକିସ୍ତାନ ସରକାର ଦଳର ଶୀଘ୍ର ବିଦାୟ ନେଇ ଅସନ୍ତୁଷ୍ଟ ଥିବା ସେ କହିଛନ୍ତି।
୨୯ ବର୍ଷ ପରେ ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଦଳ ଚାମ୍ପିଅନ୍ସ ଟ୍ରଫିରେ ଏକ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ମହମ୍ମଦ ରିଜୱାନଙ୍କ ନେତୃତ୍ୱାଧୀନ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିଥିଲା। ୬୦ ରନରେ ପରାସ୍ତ ହୋଇଥିଲେ। ରବିବାର ପାକିସ୍ତାନ ଭାରତୀୟ ଦଳ ସହିତ ମୁହାଁମୁହିଁ ହୋଇଥିଲା। ବିରାଟ କୋହଲିଙ୍କ ଶତକ ବଳରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ସେମାନଙ୍କର ଚିରପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ଛଅ ଉଇକେଟରେ ପରାସ୍ତ କରିଛି। ଏହିପରି, ଟୁର୍ନାମେଣ୍ଟରେ ପାକିସ୍ତାନର ଯାତ୍ରା ସମାପ୍ତ ହୋଇଛି।
ଗୁରୁବାର ଡିଫେଣ୍ଡିଂ ଚାମ୍ପିଅନମାନେ ବାଂଲାଦେଶକୁ ଭେଟିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଗୋଟିଏ ବି ବଲ ପକାଇ ନ ଯାଇ ବର୍ଷା ଯୋଗୁ ମ୍ୟାଚ ବାତିଲ ହୋଇଥିଲା। ଏହିପରି ଉଭୟ ଦଳ ଟୁର୍ନାମେଣ୍ଟରୁ ବାଦ ପଡ଼ିଥିଲେ। ସେହି ସମୟରେ, ନ୍ୟୁଜିଲାଣ୍ଡ ଏବଂ ଭାରତ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ପରାମର୍ଶଦାତା ରାଣା ସାନାଉଲ୍ଲା କହିଛନି,,ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ ଜାତୀୟ ଦଳର ପ୍ରଦର୍ଶନ ବିଷୟରେ କଥା ହେବେ। ସେ କ୍ୟାବିନେଟ ଏବଂ ସଂସଦରେ କ୍ରିକେଟ ସହ ଜଡିତ ପ୍ରସଙ୍ଗ ଉଠାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri