Posted inଖେଳ

ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରିପାରନ୍ତି ପାକିସ୍ତାନର ସିନିୟର ଖେଳାଳି

ଲାହୋର, ୨୮ା୨: ଆଇସିସି ଚାମ୍ପିୟନ୍ସ ଟ୍ରଫିରୁ ପାକିସ୍ତାନ ଦଳର ଲଜ୍ଜାଜନକ ପରାଜୟ ପରେ ଦଳର କେତେଜଣ ସିନିୟର ଖେଳାଳି ଆସନ୍ତା ମାସରେ ହେବାକୁଥିବା ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରି ଯାଇପାରନ୍ତି। ଆୟୋଜକ ପାକିସ୍ତାନ ଇଭେଣ୍ଟରେ ଗୋଟିଏ ହେଲେ ମ୍ୟାଚ ଜିତିପାରି ନାହିଁ। ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ଏହାର ପ୍ରଥମ ମ୍ୟାଚ୍‌ ୬୦ ରନ୍‌ରେ ପରାଜିତ ହୋଇଥିଲା। ପରେ ଦୁବାଇରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ଦଳ ୬ ଉଇକେଟରେ ପରାଜିତ ହୋଇଥିଲା।

ଗୁରୁବାର ରାଓ୍ବଲପିଣ୍ଡିରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ବର୍ଷା କାରଣରୁ ବାତିଲ ହୋଇଯାଇଥିଲା। ପାକିସ୍ତାନ ମାର୍ଚ୍ଚ ୧୬ରୁ ଏପ୍ରିଲ ୫ ହ୍ବାଇଟ୍‌ ବଲ ଟୁର୍‌ରେ ନ୍ୟୁଜିଲାଣ୍ଡ ଯାଇ ସେଠାରେ ୫ ଅନ୍ତର୍ଜାତୀୟ ଟି୨୦ ଏବଂ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିବ।

ମିଳିଥିବା ସୂଚନା ମୁତାବକ, ବାବର ଆଜାମ, ଶାହିନ ଶାହା ଆଫ୍ରିଦୀ, ନସିମ ଶାହା ପ୍ରମୁଖ ଏହି ଟୁର୍‌ରୁ ଓହରିଯିବା ଲାଗି ବିଚାର କରୁଥିବା ଜଣାପଡିଛି। ତେବେ ସେମାନେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସେମାନଙ୍କ ଏଜେଣ୍ଟଙ୍କ ସହିତ ପରାମର୍ଶ ନେଇପାରନ୍ତି।

ଏପରିକି ମହମ୍ମଦ ରିଜଓ୍ବାନଙ୍କ ଭବିଷ୍ୟତକୁ ନେଇ ମଧ୍ୟ ଅନିଶ୍ଚିତତା ଦେଖା ଦେଇଛି। ଚଳିତବର୍ଷ ପରବର୍ତ୍ତୀ ଭାଗରେ ହେବାକୁଥିବା ଏସିଆ କପ୍‌ ଏବଂ ଆସନ୍ତାବର୍ଷ ଭାରତ ଓ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଦଳ ପୁନର୍ଗଠନ ଲାଗି ଚୟନକର୍ତ୍ତାମାନେ ଚେୟାରମ୍ୟାନଙ୍କୁ ସୁପାରିସ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri