ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ…

ଭୁବନେଶ୍ୱର,୨୮ା୨(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଅର୍ଥ ଅନ୍ତର୍ଜାତୀୟ ମହିଳା ଦିବସ ତଥା ଆସନ୍ତା ୮ ତାରିଖରେ ରାଜ୍ୟ ସରକାର ପ୍ରଦାନ କରିବେ। ରାଜ୍ୟର ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଏକାସଙ୍ଗେ ସୁଭଦ୍ରା ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ କରାଯିବ। ବ୍ରହ୍ମପୁରଠାରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହେବାକୁ ଥିବାବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାରେ କୋଟିଏ ମହିଳାଙ୍କୁ ଲାଭ ମିଳିବ। ସରକାର କହିଥିଲେ ସୁଭଦ୍ରାରେ କୋଟିଏ ହିତାଧିକାରୀଙ୍କୁ ଏହି ଲାଭ ମିଳିବ। ତୁରନ୍ତ ବିଭାଗୀୟ ସଚିବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚାଲୁଥିବା ସୁଭଦ୍ରା ଟିମ୍‌ କୋଟିଏ ମହିଳାଙ୍କ ପାଖରେ ଏହି ଟଙ୍କା ପହଞ୍ଚାଇବାରେ ସକ୍ଷମ ହେବ। ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ଏକାସଙ୍ଗେ କୋଟିଏ ମହିଳାଙ୍କୁ ଏହି ରାଶି ଦିଆଯିବ।

ସୂଚନାଯୋଗ୍ୟ, ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା ୪ଟି ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ପ୍ରଥମ କିସ୍ତି ଟଙ୍କା ପାଇବାରୁ ପ୍ରାୟ ୨ ଲକ୍ଷ ମହିଳା ବାଦ୍‌ ପଡ଼ିଥିଲେ। ତେଣୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଖାତାକୁ ଏକାସଙ୍ଗେ ୨ଟି ଯାକ କିସ୍ତିର ୧୦ ହଜାର ଟଙ୍କା ଆକାଉଣ୍ଟକୁ ଦିଆଯିବ। ପ୍ରଥମ କିସ୍ତିର ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ କିସ୍ତି ବାବଦକୁ ୫ ହଜାର ଟଙ୍କା ମିଳିବ। ଯେଉଁମାନଙ୍କ ଆକାଉଣ୍ଟରେ ଏନ୍‌ସିପିଆଇ ଏବଂ କଓ୍ବୋଇସି ସମସ୍ୟା ଥିଲା ମାର୍ଚ୍ଚ ୮ଟିରେ ସେମାନଙ୍କୁ ଦୁଇଟି ଯାକ କିସ୍ତିର ଅର୍ଥ ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri