ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’

ଭୁବନେଶ୍ୱର, ୨୮ା୨(ସୁନିତ୍‌ ମିଶ୍ର): ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ କରିବା ନେଇ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦିଙ୍କ ଚିକିତ୍ସା ଓ ଟିକାକରଣ ବାବଦରେ ଜନସାଧାରଣଙ୍କୁ ଫି ଦେବାକୁ ପଡ଼ିବ ନାହିଁ। ଏ ସଂକ୍ରାନ୍ତ ପ୍ରସ୍ତାବକୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅନୁମୋଦନ କରିଛନ୍ତି। ପ୍ରାଣିସମ୍ପଦର ସୁରକ୍ଷା ଓ ଚିକିତ୍ସାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏହି ୟୁଜର୍ସ ଫି ଛାଡ଼ ନିଷ୍ପତ୍ତି ଚଳିତ ଶନିବାର ରାଜ୍ୟରେ ଲାଗୁହେବ। ନିଃଶୁଳ୍କ ସେବା ପ୍ରଦାନ ପାଇଁ ମନ୍ତ୍ରୀଙ୍କୁ ବିଭିନ୍ନ ସମୟରେ ଜନସାଧାରଣ ଅନୁରୋଧ କରିଥିଲେ। ଲୋକମାନଙ୍କ ଅନୁରୋଧ ରକ୍ଷାକରି ସରକାର ଏହି କଲ୍ୟାଣକାରୀ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଗାଈ, ବଳଦ, ଛେଳି, ମେଣ୍ଢା, ମଇଁଷି ଆଦିଙ୍କ ଚିକିତ୍ସା ନିମନ୍ତେ ଲୋକମାନେ ପୂର୍ବରୁ ୧ ଟଙ୍କାରୁ ଆରମ୍ଭ କରି ୧୦୦ ଟଙ୍କା ପର୍ଯ୍ୟନ୍ତ ୟୁଜର୍ସ ଫି ଦେଉଥିଲେ। ବିଭିନ୍ନ ଚିକିତ୍ସା ପାଇଁ ଭିନ୍ନ ଭିନ୍ନ ଫି ରହିଥିଲା। ଏଣିକି ଏମାନଙ୍କ ଚିକିତ୍ସା, ଟିକାକରଣ ଓ ଭ୍ରାମ୍ୟମାଣ ସେବା ପ୍ରଦାନ ନିମନ୍ତେ କୌଣସି ୟୁଜର୍ସ ଫି ଦେବାକୁ ପଡ଼ିବ ନାହିଁ। ଫଳରେ ପ୍ରାଣୀ ଚିକିତ୍ସା ସାର୍ବଜନୀନ ହୋଇପାରିବ। ଏନେଇ ବିଭାଗ ପକ୍ଷରୁ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri