ଗ୍ରାମ୍ୟ ଜଳଯୋଗାଣ କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳର ଗ୍ରାମାଞ୍ଚଳରେ ସପ୍ତାହେ ହେଲା ଜଳଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଏହାର ବିକଳ୍ପ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଲେ ବ୍ଲକ ପ୍ରଶାସନ।
ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଦରମା, ଭତ୍ତା, ସ୍ଥାୟୀ ନିଯୁକ୍ତି ଓ ବୀମାଭୁକ୍ତ କରିବା ଦାବିରେ ୨୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି। ନିଜର ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ସେମାନେ କାର୍ଯ୍ୟବନ୍ଦ କରିଛନ୍ତି। ଯାହା ଫଳରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳର ଗ୍ରାମାଞ୍ଚଳରେ ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ବ୍ଲକର ୨୬ଟି ପଞ୍ଚାୟତରେ ସମୁଦାୟ ୫୭ ଗୋଟି ବସୁଧା ପ୍ରକଳ୍ପ ଥିବାବେଳେ ୬୭ ଜଣ ଜଳ ଯୋଗାଣ କର୍ମଚାରୀ ଓ ପମ୍ପ ଡ୍ରାଇଭର ରହିଛନ୍ତି। ତେବେ ଦୀର୍ଘବର୍ଷ ଧରି ସେମାନେ ଦାବି କରୁଥିବା ସତ୍ତ୍ବେ ସେମାନଙ୍କ ଦାବି ପୂରଣ ହେଉନାହିଁ। ଏହାକୁ ନେଇ ରାଜ୍ୟ ସଂଘର ଡାକରାରେ ଜଳ ଯୋଗାଣ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ଗ୍ରୀଷ୍ମଋତୁ ପାଖେଇ ଆସୁ ଥିବାବେଳେ ବ୍ଳକର ଗ୍ରାମାଞ୍ଚଳରେ ଜଳକଷ୍ଟ ଏକ ପ୍ରମୁଖ ସମସ୍ୟା ପାଲଟିଛି। ଏହି ସମୟରେ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏନେଇ ପଞ୍ଚାୟତ ସମିତି ବୈଠକରେ ସଭ୍ୟାସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିବାବେଳେ ଜଳ ଯୋଗାଣକୁ ଗୁରୁତର ସହିତ ନେଇଛି ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ। ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ବ୍ଲକର ସମସ୍ତ ପଞ୍ଚାୟତକୁ ଜଳଯୋଗାଣ ପାଇଁ ତୁରନ୍ତ ବିକଳ୍ପ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଦଶମତ ମାଝୀ ବ୍ଲକର ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସହିତ ଯୋଗାଯୋଗ କରି ପାନୀୟ ଜଳଯୋଗାଣ ବ୍ୟବସ୍ଥାକୁ ନିୟମିତ କରିବାକୁ ପଦକ୍ଷେପ ନେଉଥିବା ଜଣାପଡ଼ିଛି। ଆଜି ସୁଦ୍ଧା ବ୍ଲକର କିଛି ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ସ୍ବାଭାବିକ ହୋଇଥିବାବେଳେ ଅନ୍ୟ ସବୁ ପଞ୍ଚାୟତରେ ଆଗାମୀ କିଛି ଦିନରେ ପାନୀୟ ଜଳ ଯୋଗାଣ ସ୍ବାଭାବିକ ହୋଇଯିବ ବୋଲି ବିଡିଓ ପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri