ଶିଳ୍ପନଗରୀରୁ ମାୟାନଗରୀକୁ ଉଡ଼ିଲା ବିମାନ, ପ୍ରଥମ ଦିନରେ ଯାତ୍ରା କଲେ…

ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଶିଳ୍ପନଗରୀ ଝାରସୁଗୁଡ଼ା ସହ ମାୟାନଗରୀ ମୁମ୍ବାଇକୁ ବିମାନସେବାର ଶୁଭାରମ୍ଭ ହୋଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଏହାର ଉଦ୍‌ଘାଟନ କରିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟା ୫୫ରେ ମୁମ୍ବାଇରୁ ଇଣ୍ଡିଗୋ ଏୟାର ବସ୍‌ ବାହାରି ଅପରାହ୍ନ ୧ଟାରେ ଝାରସୁଗୁଡ଼ାରେ ପହଞ୍ଚିଥିଲା। ପୁଣି ଝାରସୁଗୁଡ଼ାରୁ ୨ଟାରେ ବାହାରି ଅପରାହ୍ନ ୪ଟା ୧୫ରେ ଏହି ବିମାନ ମୁମ୍ବାଇରେ ପହଞ୍ଚିଥିଲା। ପ୍ରଥମ ଦିନରେ ୯୦ଜଣ ଯାତ୍ରୀ ମୁମ୍ବାଇ ଛତ୍ରପତି ଶିବାଜୀ ମହାରାଜ ଇଣ୍ଟରନ୍ୟାଶନାଲ ବିମାନ ବନ୍ଦରରୁ ଇଣ୍ଡିଗୋ ଏୟାର ବସ୍‌ରେ ଝାରସୁଗୁଡ଼ାକୁ ଯାତ୍ରା କରିଥିଲେ। ଅନୁରୂପ ଭାବେ ୯୦ ଜଣ ଯାତ୍ରୀ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇକୁ ଯାତ୍ରା କରିଛନ୍ତି।
ସୂଚନାଯୋଗ୍ୟ, ସପ୍ତାହକୁ ୩ ଦିନ ସୋମବାର, ବୁଧବାର, ଶୁକ୍ରବାର ଏହି ବିମାନ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଇଣ୍ଡିଗୋର ଏୟାର ବସ୍‌-୩୨୦ ବିମାନ ଏହି ରୁଟ୍‌ରେ ଚଳାଚଳ କରିବ। ୨୩୨ଜଣ ଯାତ୍ରୀ ଏଥିରେ ସୁବିଧାରେ ଯାତ୍ରା କରିପାରିବେ। ରାଜଧାନୀ ଦିଲ୍ଲୀ, କୋଲକାତା, ବେଙ୍ଗାଲୁରୁକୁ ଇଣ୍ଡିଗୋର ବିମାନସେବା ଜାରି ରହିଛି। ସେହିପରି ଷ୍ଟାର ଏୟାର ପକ୍ଷରୁ ହାଇଦ୍ରାବାଦ, ରାୟପୁର ଏବଂ ଲକ୍ଷ୍ନୌକୁ ବିମାନସେବା ଆରମ୍ଭ ହୋଇଛି। ଏଲାୟନ୍ସ ଏୟାର ପକ୍ଷରୁ ଭୁବନେଶ୍ୱର- ଝାରସୁଗୁଡ଼ା ମଧ୍ୟରେ ବିମାନସେବା ସପ୍ତାହକୁ ତିନି ଦିନ ଜାରି ରହିଛି। ଝାରସୁଗୁଡ଼ାରୁ ମୁମ୍ବାଇ ସେକ୍ଟରରେ ବିମାନ ଚଳାଚଳକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଉତ୍ସୁକତା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri