ପୃଥକ ଦୁର୍ଘଟଣାରେ ୬ ମୃତ: ମେଳା ଦେଖି ଫେରିବା ବେଳେ ତିନି ବନ୍ଧୁଙ୍କ ମୃତ୍ୟୁ

କୁଆଁରମୁଣ୍ଡା(ମହେନ୍ଦ୍ର କୁମାର ସାହୁ)/କରଞ୍ଜିଆ,୨।୩: ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଚୁଙ୍ଗିଗେଟ ନିକଟସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ଶନିବାର ଅଜଣା ଗାଡ଼ି ଧକ୍କାରେ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଜଲଙ୍ଗବିରା ଗ୍ରାମ ଘାସିଟୋଲାର ଦିଲ୍ଲୀପ ସନମତି(୨୪),ସହରାଇ ଲାକ୍ରା(୨୦) ଓ ଟୁଙ୍ଗୁରିଟୋଲିର ଅଞ୍ଜଳି କୁସୁମା(୧୪)।

ମିଳିଥିବା ସୂଚନା ଅନୁସାରେ ଶନିବାର ରାତି ପ୍ରାୟ ସାଢେ଼ ୧୧ଟା ବେଳେ ବାଇକ୍ ରେ ମୃତକ ୩ ଜଣ ବେଦବ୍ୟାସ ମେଳା ଦେଖି ଜଲଙ୍ଗବିରାସ୍ଥିତ ନିଜ ନିଜ ଘରକୁ ଫେରୁଥିଲେ। ହେଲେ ଘରଠୁ ଅଳ୍ପ ଦୂର ୧୪୩ ନମ୍ବର ଜାତୀୟ ରାଜପଥର ଚୁଙ୍ଗିଗେଟ ନିକଟରେ ଏକ ଅଜଣା ଗାଡ଼ି ସମ୍ମୁଖରୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

ଠିକ୍ ସେହି ସମୟରେ କୁଆଁରମୁଣ୍ଡାରୁ ବୀରମିତ୍ରପୁରକୁ ଫେରୁଥିବା ଆଇଆଇସି ନାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ୩ ଜଣଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ନିଜ ଗାଡିରେ ନେଇଥିଲେ। ହେଲେ ସେଠାରେ ଦିଲ୍ଲୀପ ଓ ସହରାଇଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ଅଞ୍ଜଳୀଙ୍କର ମୃତ୍ୟୁ ହୋଇଥିଲା।

ରବିବାର ୩ ଜଣଙ୍କର ଶବ ବ୍ୟବଚ୍ଛେଦ ପାନପୋଷରେ କରାଯାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ଆଇଆଇସି ନାଗ କହିଛନ୍ତି। ଏ ନେଇ ଏକ ମାମଲା(୭୨/୨୫) ରୁଜୁ କରି ଥାନାଧିକାରୀ ରାମପ୍ରସାଦ ନାଗ ଘଟଣାର ତଦନ୍ତ ଜାରି ରଖିଛନ୍ତି।

ସେପଟେ ମୟୁରଭଞ୍ଜ କରଞ୍ଜିଆ ଥାନା ଅନ୍ତର୍ଗତ କରଞ୍ଜିଆ-ସିଙ୍ଗଡ଼ା ରାସ୍ତା ମହାଦେବଶାଳ ନିକଟରେ ଦୁଇ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ତିନି ଜଣ ମୃତ୍ୟୁ ବରଣ କରିଛନ୍ତି। ଘଟଣାସ୍ଥଳରେ ଦୁଇଜଣ ଓ କରଞ୍ଜିଆ ମେଡିକାଲରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri