Posted inଖେଳ

୨୪୯ ରନ୍‌ରେ ଅଟକିଲା ଭାରତ

ଦୁବାଇ,୨।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଟୁର୍ନାମେଣ୍ଟର ଭାରତ-ନ୍ୟୁଜିଲାଣ୍ଡର ଅନ୍ତିମ ତଥା ତୃତୀୟ ଲିଗ୍‌ ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ୍‌ କରିଛି। ଫଳରେ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ। ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ ହେନ୍‌ରୀ ଘାତକ ବୋଲିଂ କରି ୫ ଉଇକେଟ ନେଇଥିଲେ ।

ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଷ୍ଟାର ବ୍ୟାଟରଙ୍କୁ ହରାଇ ସଂକଟରେ ପଡ଼ିଥିଲା । ରୋହିତ ଶର୍ମା ୧୫ ରନ୍‌ କରି ଆଉଟ ହୋଇଥିବା ବେଳେ ଶୁବମନ ଗିଲ୍‌ ୨ ରନ୍‌ କରିଥିଲେ।

ସେହିପରି ବିରାଟ କୋହଲି ୧୧ ରନ୍‌ କରି ଆଉଟ ହେବା ପରେ ଭାରତର ୩୦ ରନ୍‌ରେ ୩ ଉଇକେଟ ହରାଇଥିଲା। ହେଲେ ଶ୍ରେୟସ ଆୟର ଏବଂ ଅକ୍ଷର ପଟେଲ ଏକ ଭଲ ପାର୍ଟନରଶିପ୍‌ କରିଥିଲେ। ଆୟର ୭୯ ରନ୍‌ ଏବଂ ଅକ୍ଷର ୪୨ ରନ୍‌ କରି ଦଳର ରନ୍‌ ସ୍କୋରକୁ ଆଗକୁ ନେଇଥିଲେ। ସେହିପରି କେଏଲ୍‌ ରାହୁଲ ୨୩ ରନ୍‌ କରିଥବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ ହେନରୀ ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ରାଚିନ ରବୀନ୍ଦ୍ର, ଓ୍ବିଲିୟମ ଓରୁରକି, ମିଚେଲ ସାଣ୍ଟନର, କାଇଲ ଜେମସନ ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri