ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନିତ ହେଲା ନିଷ୍ଠା ପରିବାର

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଗତ ଜାନୁୟାରୀ ୧ତାରିଖରୁ ଫେବୃଆରୀ ୨୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫୧ଦିନ ଧରି ରେଡ୍‌ଡ୍ରପ ଅଲଟ୍ରା ମାରାଥନ ଅଭିଯାନରେ ରକ୍ତଦାନ ଶିବିର କରି ଇତିହାସ ରଚିଛି।

କ୍ରମାଗତ ୫୧ଦିନ ଧରି ଅନୁଷ୍ଠିତ ଶିବିରରେ ୨୭୭୨ୟୁନିଟ ରକ୍ତ ସଂଗ୍ରହ କରିଥିବା ଯୋଗୁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ନିଷ୍ଠା ପରିବାର ସ୍ଥାନ ପାଇଛି । ଏହି ଅବସରରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଏକ ସମାରୋହ ହୋଇଥିଲା । ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀ ମୁଖ୍ୟ ଅତିଥି, ଇଣ୍ଡିଆ ବୁକ ଅଫ ରେକର୍ଡ ଅନୁଷ୍ଠାନର କ୍ରୀଷ୍ଣ କୁମାର ଗୁପ୍ତା ସ୍ବତନ୍ତ୍ର ଅତିଥି, ବରଗଡ଼ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ବରଗଡ଼ ରକ୍ତ ଭଣ୍ଡାର ଅଧିକାରୀ ସୁଶାନ୍ତ କର, ଡିପିଏମ୍‌ ଗିରିଜା ଶଙ୍କର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରକ୍ତଦାନ କ୍ଷେତ୍ରରେ ଜନସାଧାରଣଙ୍କୁ ସଚେତନ କରିବାରେ ନିଷ୍ଠା ପରିବାର ଭୂମିକାକୁ ଭୂୟସୀ ପ୍ରଶଂସା କରିଥିଲେ।

ନିଷ୍ଠା ପରିବାରର ଉପ ସଭାପତି ମଦନ ମୋହନ ଦାଶଙ୍କ ସଂଯୋଜନା ଓ ସଭାପତି ରକ୍ଷପାଲ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନିଷ୍ଠାର ସମ୍ପାଦକ ଲୋକନାଥ ସାହୁ ବିବରଣୀ ପାଠ ଓ ଅନ୍ୟତମ ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସଭା ଆରମ୍ଭରେ ଇଣ୍ଡିଆ ବୁକ୍‌ ଅଫ ରେକର୍ଡ ଅନୁଷ୍ଠାନର କ୍ରୀଷ୍ଣ କୁମାର ଗୁପ୍ତା ନିଷ୍ଠା ପରିବାରର ଗୁଣଗାନ କରି ୫୧ଦିନ ଧରି କ୍ରମାଗତ ଭାବରେ ୨୭୭୨ୟୁନିଟ ରକ୍ତ ସଂଗ୍ରହ କରିଥିବା ଯୋଗୁ ଇଣ୍ଡିଆ ବୁକ ଅଫ ରେକର୍ଡରେ ନିଷ୍ଠା ପରିବାର ସ୍ଥାନ ପାଇଛି ବୋଲି ଘୋଷଣା କରିଥିଲେ।

ଏହି ଘୋଷଣା ସମୟରେ ବିଜୁ ପଟ୍ଟନାୟକ ହଲ କରତାଳିରେ ପ୍ରକମ୍ପିତ ହୋଇ ଉଠିଥିଲା। ଉପଦେଷ୍ଟା ସଚି ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସମାରୋହରେ ନିଷ୍ଠା ପରିବାରର ପ୍ରତ୍ୟେକ ସହଯୋଗୀ ସଂଗଠନମାନଙ୍କୁ ଉତ୍ତରୀୟ ଓ ପ୍ରଶଂସା ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ବରଗଡ଼ ରକ୍ତ ଭଣ୍ଡାର ତରଫରୁ ନିଷ୍ଠା ପରିବାରକୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ନିଷ୍ଠା ପରିବାର ତରଫରୁ ବରଗଡ଼, ବୁର୍ଲା, ସମ୍ବଲପୁର ଓ ପଦମପୁର ରକ୍ତ ଭଣ୍ଡାର ସହ ନିଷ୍ଠାର ମହିଳା ସଦସ୍ୟାଙ୍କ ମା’ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ ବରଗଡ଼ ସ୍ବେଚ୍ଛାସେବୀ ସଂଗଠନ ସଂକଳ୍ପ ପରିବାର, ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ, ସେବା ଫାଉଣ୍ଡେସନ, ଆନନ୍ଦ ସେବା ସଦନ, କୋଶଳ ଡିଫେନ୍ସ ଏକାଡେମୀ, ବରଗଡ଼ ଫିଜିକାଲ ଏକାଡେମୀ, ଇଗଲ ସୋସିଆଲ ଗ୍ରୁପ, ଦୃଷ୍ଟି ଓ ସମ୍ବଲପୁରର ସମ୍ବଳ, ପରିଚୟ, ଶିକ୍ଷା, ପଦମପୁରର ସହଯୋଗ ଅନୁଷ୍ଠାନ, କୋଶଳ ସଂଗ୍ରାମୀ ଅର୍ପଣ ଦାଶ ନାୟକ, ରମଣୀ ଦନ୍ତା ପ୍ରମୁଖ ଯୋଗ ଦେଇ ନିଷ୍ଠା ପରିବାରକୁ ପ୍ରଶଂସା କରିଥିଲେ। ନିଷ୍ଠା ପରିବାରର ସମ୍ପାଦକ ଲୋକନାଥ ସାହୁଙ୍କ ଧନ୍ୟବାଦ ଅର୍ପଣ ପରେ ସାନ ନୃତ୍ୟ ଏକାଡେମୀ ଦ୍ୱାରା କୁନି କୁନି ଛାତ୍ରୀମାନଙ୍କ ଦ୍ୱାରା ଏକ ଆକର୍ଷଣୀୟ ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri