ପୂର୍ବତନ ଓ୍ବାର୍ଡମେମ୍ବରଙ୍କୁ ଗଳାକାଟି ହତ୍ୟା: ମୃତଦେହକୁ ବାଇକ୍‌ରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଇ ରାସ୍ତାରେ ଫିଙ୍ଗି ଦେଲେ

ଗଜପତି,୩।୩(ଗିରିଧାରୀ ପରିଛା): ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ମୃତକ ହେଲେ ଅଡବା ଥାନା ତୁଆବାଡ଼ି ଗ୍ରାମର ତିରିସା ମୁଠାମାଝୀ(୪୫) l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।

ପରିବାର ଲୋକଙ୍କ କହିବା ମୁତବକ, ରବିବାର ତିରିସା କୌଣସି କାମରେ ନିଜ ବାଇକରେ ପାଣିଗଣ୍ଡା ଯାଇଥିଲେ l ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକ ଖୋଜାଖୋଜି କରିଥିଲେ।

ସୋମବାର ସକାଳେ କଟାମା ଗାଁ ନିକଟରେ ବାଇକ୍‌ ପାଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତିରିସାଙ୍କ ମୃତଦେହ ପଡ଼ିଥିବା ଲୋକେ ଦେଖି ପରିବାରକୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ।

ଅନ୍ୟପକ୍ଷେ ତିରିସା ପୂର୍ବତନ ଓ୍ବାର୍ଡମେମ୍ବର ଥିଲେ। ଏପରିକି ସିମନ ମାଝୀ ହତ୍ୟା ଘଟଣାରେ ସେ ସାକ୍ଷୀ ଥିଲେ l ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି l ହତ୍ୟା ପରେ ବାଇକ୍‌ରେ ମୃତଦେହକୁ ବାନ୍ଧି ଘୋଷାଡି ଆଣି ଗାଁଠାରୁ ପ୍ରାୟ ୩ କିଲୋମିଟର କଟମା ଗାଁ ନିକଟରେ ପିଙ୍ଗି ଦିଆଯାଇଥିବା ଜଣାପଡିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଅନ୍ୟପକ୍ଷେ ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡିଥିବା ବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri