ନିଜେ ମରି ୨ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ

ଭୁବନେଶ୍ୱର,୩।୩: ସାନ ସିନା, ଦାନ ତା ମହାନ। ନିଜେ ଏ ଦୁନିଆରୁ ବିଦାୟ ନେଲେ ସତ ମାତ୍ର ପ୍ରତିବଦଳରେ ଦେଇଗଲେ ଅନ୍ୟକୁ ଜୀବନ। ରାଉରକେଲାର ଜନ୍ମେଶ ଏବେ ସମସ୍ତଙ୍କ ମୁହଁରେ, ଆଉ ତାଙ୍କ ପରିବାରର ନିଷ୍ପତ୍ତିକୁ ମିଳୁଛି ବାହାବା। ବର୍ଷକର ଶିଶୁ ଜନ୍ମେଶଙ୍କର ୨ଟି କିଡନୀ, ଗୋଟିଏ ଲିଭର୍‌ ଦାନ କରିଛନ୍ତି ତାଙ୍କ ପରିବାର। କିଡନୀ ଦୁଇଟି ଭୁବନେଶ୍ବରରେ ଏମ୍ସରେ ରହିଥିବାବେଳେ ଲିଭରକୁ ଦିଲ୍ଲୀ ଏମ୍ସକୁ ପଠାଯାଇଛି। ରାଉରକେଲାର ଅଶୋକ ଲେଙ୍କା ଓ ପ୍ରତିଭା ନାୟକଙ୍କ ବର୍ଷକର ପୁଅ ଜନ୍ମେଶ ଲେଙ୍କା ଶାରୀରିକ ଅସୁସ୍ଥତାରୁ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସା ପରେ ବ୍ରେନ ଡେଡ୍‌ ଘୋଷଣା କରିଥିଲେ ଡାକ୍ତର। ଏହାପରେ ପରିବାର ଲୋକଙ୍କ ନିଷ୍ପତ୍ତି କ୍ରମେ ଶିଶୁର ଅଙ୍ଗଦାନ କରାଯାଇଛି। ଏହାସହିତ ରାଜ୍ୟସରକାରଙ୍କ ନିୟମ ମୁତାବକ ପୋଲିସ ପକ୍ଷରୁ ମୃତକଙ୍କୁ ଗାର୍ଡ ଅଫ ଅନର୍‌ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri