Posted inଖେଳ

ICC Champions Trophy: ଆଜି ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ

ଦୁବାଇ, ୪ା୩:ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ମଙ୍ଗଳବାର ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଭାରତ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଉଭୟ ଦଳ ସେମାନଙ୍କ ଗ୍ରୁପରେ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଭାରତ ତା’ର ୩ରୁ ୩ ମ୍ୟାଚ ଜିତିଥିବା ବେଳେ ଅଷ୍ଟ୍ରେଲିଆ କେବଳ ଗୋଟିଏ ମ୍ୟାଚ ଜିତିଥିଲା। ଅନ୍ୟ ଦୁଇଟି ମ୍ୟାଚ ବର୍ଷାରେ ଧୋଇ ଯାଇଥିଲା। ଦଳ ଆଇସିସି ଟୁର୍ନାମେଣ୍ଟର ନକଆଉଟ ପର୍ଯ୍ୟାୟରେ ପରସ୍ପରକୁ ୫ ଥର ଭେଟିଛନ୍ତି। ଏଥିରୁ ଭାରତ ଦୁଇ ଥର ଜିତିଥିବା ବେଳେ ଅଷ୍ଟ୍ରେଲିଆ ୩ ଥର ବାଜିମାତ କରିଛି। ଭାରତ ଅନ୍ତିମ ଥର ୨୦୧୧ ବିଶ୍ୱକପ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇଥିଲା।

୨୦୧୫ ବିଶ୍ୱକପ ସେମିଫାଇନାଲରେ ଓ ୨୦୨୩ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲା। ଏଥିପୂର୍ବରୁ ୨୦୨୩ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ମଧ୍ୟ ଭାରତକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। କିନ୍ତୁ ଭାରତୀୟ ଦଳ ପାଖରେ ଅଷ୍ଟ୍ରେଲିଆକୁ ଚଳିତ ଥର ଆଇସିସି ଟୁର୍ନାମେଣ୍ଟର ନକଆଉଟରେ ପରାସ୍ତ କରିବାର ଭଲ ସୁଯୋଗ ରହିଛି। ଏହା ପଛର କାରଣ ହେଉଛି ଦଳରେ ଟପ ସ୍ପିନରଙ୍କ ଉପସ୍ଥିତି। ଟୁର୍ନାମେଣ୍ଟ ପୂର୍ବରୁ ଭାରତୀୟ ଦଳରେ ୫ ସ୍ପିନରଙ୍କ ଚୟନକୁ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା। ହେଲେ ଏବେ ତାହା ଦୁବାଇର ଧିମା ପିଚରେ ମାଷ୍ଟରଷ୍ଟୋ୍ରକ୍‌ ସାବ୍ୟସ୍ତ ହୋଇଛି। ଭାରତୀୟ ଦଳ ତା’ର ସମସ୍ତ ମ୍ୟାଚ ଦୁବାଇରେ ଖେଳୁଛି। ଏଥିଯୋଗୁ ଦଳୀୟ ଖେଳାଳିଙ୍କୁ ପିଚ୍‌ର ପରିସ୍ଥିତି ସମ୍ପର୍କରେ ଭଲ ଭାବେ ଜଣା ଅଛି।

ବରୁଣ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ, ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲଙ୍କୁ ନେଇ ଗଠିତ ଭାରତୀୟ ସ୍ପିନ ବିଭାଗ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ୯ ଉଇକେଟ ଅକ୍ତିଆର କରିଥିଲା। କିନ୍ତୁ ସେମାନଙ୍କୁ ଉଇକେଟ ନେବା ପାଇଁ ପ୍ରତିପକ୍ଷ ଦଳ ଉପରେ ଲଗାତର ଚାପ ପକାଇବାକୁ ପଡ଼ିଥିଲା। ସେମାନେ ୩୯ ଓଭରରେ ୧୨୮ ଡଟ୍‌ ବଲ ପକାଇଥିଲେ। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ପାଖରେ କେବଳ ଏକମାତ୍ର ବିଶେଷଜ୍ଞ ସ୍ପିନର ଭାବେ ଆଡାମ ଜାମ୍ପା ରହିଛନ୍ତି। ତାଙ୍କୁ ଟ୍ରାଭିସ ହେଡ ଓ ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ଭଳି ପାର୍ଟ-ଟାଇମ ସ୍ପିନର ସହାୟତା କରିବେ। ପେଣ୍ଡାଜନିତ ଇଞ୍ଜୁରି କାରଣରୁ ମାଥ୍ୟୁ ଶର୍ଟ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ କୁପର କନୋଲୀଙ୍କୁ ଦଳରେ ସାମିଲ କରାଯାଇଛି।

ମିଚେଲ ଷ୍ଟାର୍କ, ଅଧିନାୟକ ପାଟ କୁମିନ୍ସ ଓ ଜୋଶ ହାଜେଲଉଡଙ୍କ ଅନୁପସ୍ଥିତିରେ ଅଷ୍ଟ୍ରେଲିଆର ବୋଲିଂ ଲାଇନ ଅପ ଦୁର୍ବଳ ହୋଇପଡ଼ିଛି। ଏହାର ପ୍ରମାଣ ଇଂଲଣ୍ଡ ଓ ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଦେଖିବାକୁ ମିଳିଥିଲା। ଏହି ଦୁଇ ମ୍ୟାଚରେ ବୋଲରମାନେ ଯଥାକ୍ରମେ ୩୫୨ ଓ ୨୭୩ ରନ ଖର୍ଚ୍ଚ କରିଥିଲେ। ଏଣୁ ଭାରତର ବିରାଟ କୋହଲି, ରୋହିତ ଶର୍ମା, ଶ୍ରେୟସ ଆୟର ଓ ଶୁବମନ ଗିଲ ଅଷ୍ଟ୍ରେଲିଆର ପେସରଙ୍କ ଲାଗି ଆକ୍ରମଣାତ୍ମକ ରଣନୀତି ଆପଣେଇବେ। କିନ୍ତୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଅଷ୍ଟ୍ରେଲିଆ ୩୫୦ରୁ ଊର୍ଦ୍ଧ୍ୱ ଟାର୍ଗେଟ ପିଛା କରି ମ୍ୟାଚ ଜିତିଥିଲା। ଏହି ମ୍ୟାଚରେ ଅଧିନାୟକ ଷ୍ଟିଭେନ ସ୍ମିଥ ଓ ଓପନର ଟ୍ରାଭିସ ହେଡ ଆଖିଦୃଶିଆ ଯୋଗଦାନ ଦେଇ ନ ଥିଲେ। ମାତ୍ର ଭାରତୀୟ ଦଳ ସେମାନଙ୍କୁ ଯଥାଶୀଘ୍ର ପାଭିଲିଅନ ପଠାଇବାକୁ ଚାହିଁବ। ଗତ କିଛିବର୍ଷ ହେଲା ହେଡ୍‌ ଅନେକ ଥର ଭାରତ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛନ୍ତି। ଏହି ମ୍ୟାଚରେ ଭାରତୀୟ ଦଳ ୨୦୨୩ ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ।

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ (ଉପ ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, ଲୋକେଶ ରାହୁଲ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ।

ଅଷ୍ଟ୍ରେଲିଆ ଦଳ: ଷ୍ଟିଭ ସ୍ମିଥ (ଅଧିନାୟକ), ଆଲେକ୍ସ କାରେ, ଟ୍ରାଭିସ ହେଡ, ବେନ ଡ୍ବାରଶୁଇସ, ନାଥନ ଏଲିସ, ମାର୍ନସ ଲାବୁସେନ, ଗ୍ଲେନ ମ୍ୟାକ୍ସଓ୍ବେଲ, ଆଡାମ ଜାମ୍ପା, ଜୋଶ ଇଙ୍ଗଲିସ, ସ୍ପେନସର ଜନସନ, ଜେକ ଫ୍ରେଜର-ମ୍ୟାକଗର୍କ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri