ତୃଣମୂଳ ସ୍ତରରେ କ୍ରୀଡ଼ା ବିକାଶ ଆମର ପ୍ରାଥମିକତ: କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୪ା୩: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ସୋମବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ ହେବାକୁ ଥିବା ଷ୍ଟାଡିୟମ ସମ୍ବନ୍ଧୀୟ ମାଷ୍ଟର ପ୍ଲାନର ସମୀକ୍ଷା କରିବା ସହିତ ତୃଣମୂଳ ସ୍ତରରେ କିପରି କ୍ରୀଡ଼ାର ବିକାଶ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରିଥିଲେ।

କ୍ରୀଡ଼ାମନ୍ତ୍ରୀ ସୂରଜ କହିଛନ୍ତି ଯେ, ବ୍ଲକସ୍ତରରେ ଷ୍ଟାଡିୟମ ନିର୍ମାଣ କରିବା ପାଇଁ ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ ସ୍ଥିର କରାଯାଇଛି। ଓଡ଼ିଶାର ପ୍ରତିଟି ବ୍ଲକରେ, ପ୍ରତିଟି ଗାଁରେ ଯେପରି କ୍ରୀଡ଼ା ପ୍ରତିଭାର ବିକାଶ ହୋଇପାରିବ ସେ ଲକ୍ଷ୍ୟ ନେଇ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଯୋଜନା କରାଯାଇଛି। ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ କରିବା ହେଉଛି ଆମର ପ୍ରାଥମିକତା। କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା, କ୍ରୀଡ଼ା ପ୍ରତିଭାର ବିକାଶ କରିବା ସହିତ କ୍ରୀଡ଼ାବିତମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ପ୍ରଦାନ ଉପରେ ଆମେ ଗୁରୁତ୍ୱାରୋପ କରୁଛୁ।

ତୃଣମୂଳସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ସିଏମ-ଟ୍ରଫି ପ୍ରତିଯୋଗିତାର ଆୟୋଜନ ମଧ୍ୟ କରାଯାଇଛି। ନିକଟ ଅତୀତରେ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ହକି ପ୍ରୋ ଲିଗ ଭଳି ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ ମଧ୍ୟ ସଫଳ ଭାବରେ କରାଯାଇଛି। ଚଳିତ ବର୍ଷ ନ୍ୟାସନାଲ ଗେମ୍ସରେ ଓଡ଼ିଶାର କ୍ରୀଡ଼ାବିତମାନେ ଭଲ ପ୍ରଦର୍ଶନ କରିବା ସହିତ ନ୍ୟାସନାଲ ଗେମ୍ସରେ ଓଡ଼ିଶା ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ୧୫ଟି ରାଜ୍ୟ ମଧ୍ୟରେ ସ୍ଥାନିତ ହୋଇଛି। ଆଗାମୀ ଦିନରେ ଓଡ଼ିଶାର କ୍ରୀଡ଼ାବିତମାନେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆୟୋଜିତ ହେଉଥିବା କ୍ରୀଡ଼ା ପ୍ରତିଯୋଗିତାରେ ପଦକ ଜିତି ଯେପରି ଓଡ଼ିଶା ପାଇଁ ସୁନାମ ଅର୍ଜନ କରିବେ ତାହା ଲକ୍ଷ୍ୟ ରହିଛି ବୋଲି କ୍ରୀଡ଼ାମନ୍ତ୍ରୀ ସୂରଜ କହିଛନ୍ତି। ଏଥିସହିତ କ୍ରୀଡ଼ା ଭିତ୍ତିଭୂମିର ବିକାଶ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟକୁ ସୁଚାରୁ ଏବଂ ତ୍ୱରାନ୍ୱିତ ଭାବେ ସମ୍ପାଦନ କରିବା ପାଇଁ କ୍ରୀଡ଼ାମନ୍ତ୍ରୀ ସୂରଜ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri