ପଞ୍ଚାୟତରାଜ ଦିବସ ରାଜନୀତି: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର,୪ା୩: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ରାଜନୀତି ଜୋର ଧରିଛି। ବିରୋଧୀ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳ କହିଛି ”ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ସଂକୀର୍ଣ୍ଣ ମନୋଭାବର ପରିଚୟ। ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ଓଡ଼ିଶା ପାଳୁଥିଲା ପଞ୍ଚାୟତିରାଜ ଦିବସ। ଭାଜପା ସରକାର ଓଡ଼ିଶାବାସୀଙ୍କୁ ଏଥିରୁ ବଞ୍ଚିତ କରିବା ସଂକୀର୍ଣ୍ଣ ମନୋଭାବର ପରିଚୟ।”

ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ ବିବୃତିରେ କହିଛନ୍ତି। ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଲାଗୁ କରିବାରେ ଓଡିଶା ଅଗ୍ରଣୀ ରାଜ୍ୟର ମାନ୍ୟତା ପାଇଛି। ଏହା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀତ୍ବ ସମୟରେ ହୋଇ ପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ତତ୍କାଳୀନ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନର ଭାଜପା ସରକାର ଏହି ନିଷ୍ପତିକୁ ବଦଳେଇ ଦେଇ ଓଡ଼ିଶାର ଗୌରବକୁ କ୍ଷୁଣ୍ଣ କରିଛନ୍ତି। ରାଜ୍ୟ ବିଜେପି ସରକାରଙ୍କ ରକାରଙ୍କ ଏହି ଅବିଚାର ପ୍ରତି ଓଡ଼ିଶାର ଜନ ସାଧାରଣ ବିଚାର କରିବେ ବୋଲି ମିଶ୍ର କହିଛନ୍ତି।

ସୋମବାର ରାଜ୍ୟ ସରକାର ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri