ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ୨ ଆଶାୟୀଙ୍କ ମୃତ୍ୟୁ: ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ୨ ଯୁବକଙ୍କ ମତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ଫରେଷ୍ଟର, ଫରେଷ୍ଟ ଗାର୍ଡ ଶାରୀରିକ ପରୀକ୍ଷା ବେଳେ ମୃତ୍ୟୁ ଘଟିଥିଲା କେନ୍ଦୁଝରର ଜଣେ, ସୁନ୍ଦରଗଡ଼ର ଆଉ ଜଣେ ଯୁବକଙ୍କର ମତ୍ୟୁ ହୋଇଥିଲା।

ଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳର ପ୍ରବୀଣ କୁମାର ପଣ୍ଡା ଏହି ପରୀକ୍ଷାର ବ୍ୟାଚ ନମ୍ବର ଏ-୦୨ ଥିଲେ। ସେ ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ ।ମଙ୍ଗଳବାର ସକାଳେ ସୁନ୍ଦରଗଡ ଭବାନୀପୁରରୁ ବାରଗଡ଼ ପର୍ଯ୍ୟନ୍ତ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ ସଦର ଥାନା ଅଞ୍ଚଳର କିରେଇ ନିକଟରେ ସେ ଅଚେତ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ସୁନ୍ଦରଗଡ ସରକାରୀ ମେଡ଼ିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା।

କିନ୍ତୁ ସେଠାରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଅଘଟଣା କାରଣରେ ପରୀକ୍ଷାରେ ଅଂଶଗ୍ରହଣ କରୁଥିବା ଅନ୍ୟାନ୍ୟ ପ୍ରାର୍ଥୀମାନେ ଅତ୍ୟନ୍ତ ଦୁଃଖିତ ହୋଇପଡ଼ିଛନ୍ତି। ଓଏସ୍‌ଏସ୍‌ସି ଦ୍ୱାରା ଏହି ଅଘଟଣା ବିଷୟରେ ତଦନ୍ତ ଆରମ୍ଭ କରାଯାଇଛି। ଖବରପାଇ ସୁନ୍ଦର ଗଡ ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ ଘଟଣାର ଅନୁଧ୍ୟାନ ସହ, ସଦରଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri