କଥା ଦେଇ କଥା ରଖିଲେ ଏମ୍‌ପି ସୁଜିତ କୁମାର; ଲାଞ୍ଜିଗଡ଼-କେସିଙ୍ଗା ପାଇଁ ୨ ଆମ୍ବୁଲାନ୍ସ ଲୋକାର୍ପିତ

ଭବାନୀପାଟଣା।ଲାଞ୍ଜିଗଡ, ୪।୩( ଉତ୍ତମ କୁମାର ଦାସ / ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ଏମ୍‌ପି ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ୨ଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଆମ୍ବୁଲାନ୍ସର ଶୁଭାରମ୍ଭ କରିଥିଲେ। ଲୋକାର୍ପିତ ଦୁଇଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକ ଓ ଅନ୍ୟଟି କେସିଙ୍ଗା ବ୍ଲକର ଜନସାଧାରଣଙ୍କୁ ସେବା ଯୋଗାଇବ। ଏହି କାର୍ଯ୍ୟକ୍ରମରେ ଏମ୍‌ପିଙ୍କ ସହିତ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲା ଯୋଜନା ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ, ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ଏମ୍‌ପି ୨ଟି ଆମ୍ବୁଲାନ୍ସ ପାଇଁ ନିଜ ପାଣ୍ଠିରୁ ୧୮ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ବିଭିନ୍ନ ଆଳ ଦେଖାଇ ସ୍ବାସ୍ଥ୍ୟ ବିଭାଗ ଦୀର୍ଘ ୨ ବର୍ଷ ଯାଏ ଅର୍ଥରାଶିକୁ ପକାଇ ରଖିଥିଲା। ଏହି ସମୟ ମଧ୍ୟରେ ଗତ ନଭେମ୍ବର ମାସରେ ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁମଖାଲ ପଞ୍ଚାୟତ ପୁନିଗୁଡ଼ାର ଜଣେ ନାବାଳିକା ଚିକିତ୍ସାଧୀନ ଭାବେ ମୃତ୍ୟୁବରଣ କରିବା ଓ ଆମ୍ବୁଲାନ୍ସ ଅଭାବରୁ ବାଇକରେ ମୃତଦେହ ବୁହାହେବା ଘଟଣାକୁ ନେଇ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏପରିକି ଅଗ୍ରଣୀ ସାମ୍ବାଦିକ ସଂଗଠନ ଲାଞ୍ଜିଗଡ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗଙ୍କ ନେତୃତ୍ୱରେ ଲାଞ୍ଜିଗଡ ବ୍ଲକ ସାମ୍ବାଦିକ ସମୁହ ପକ୍ଷରୁ ଖର୍ଚ୍ଚ ନହୋଇ ପଡ଼ି ରହିଥିବା ସାଂସଦ ପାଣ୍ଠି ବିନିଯୋଗ କରି ଆମ୍ବୁଲାନ୍ସ କିଣା ନ ଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ଏନେଇ ତାଙ୍କ ନେତୃତ୍ୱରେ ଜିଲା ସ୍ବାସ୍ଥ୍ୟ ବିଭାଗକୁ ସାମ୍ବାଦିକ ସମୁହ ପକ୍ଷରୁ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମେଡିକାଲ ଅଫିସରଙ୍କ ଜରିଆରେ ଏକ ଦାବିପତ୍ର ଦିଆଯାଇଥିଲା। ଏହାପରେ ଜିଲା ସ୍ବାସ୍ଥ୍ୟ ବିଭାଗର ଚେତା ପଶିବା ସହିତ ଏ ଦିଗରେ ତତ୍ପରତା ପ୍ରକାଶ ପାଇଥିଲା। ସାମ୍ବାଦିକ ସମୁହ ଏବଂ ଏମ୍‌ପି ପ୍ରତିନିଧିଙ୍କ ଉପସ୍ଥିତିରେ ଗତ ନଭେମ୍ବର ୧୯ ତାରିଖରେ ସ୍ବାସ୍ଥ୍ୟ ବିଭାଗ ଏକ ବୈଠକ ଡକାଇ ଏହାର ସମାଧାନ ପାଇଁ ଆଲୋଚନା କରିଥିଲା। ଉକ୍ତ ବୈଠକର ନିଷ୍ପତ୍ତି ପରେ ଆମ୍ବୁଲାନ୍ସ କିଣାଯିବା ପରେ ଆଜି ଲୋକାର୍ପିତ କରାଯାଇଛି। ଏହାକୁ ନେଇ ଉଭୟ ଲାଞ୍ଜିଗଡ ଓ କେସିଙ୍ଗା ଅଞ୍ଚଳର ଲୋକେ ଖୁସି ବ୍ୟକ୍ତ କରିଥିବାବେଳେ ଲାଞ୍ଜିଗଡ ବ୍ଲକ ସାମ୍ବାଦିକ ସମୂହର ଉଦ୍ୟମକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri