ଦଳିତ ଆଦିବାସୀଙ୍କ ଉପରେ ଅତ୍ୟାଚାର ବନ୍ଦ ହେବା ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ନୂଆପଡ଼ା,୫।୩ (ମକାରୁ ବେମାଲ): ଦଳିତ ଆଦିବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ପାଇଁ ଜିଲା ଡମ ଗଣ୍ଡା ସମାଜ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଅନୁସୂଚିତ ଜାତି ରାଜ୍ୟ ସାଧାରଣ ସମ୍ପାଦକ ଫକିର ମୋହନ ଜଗତଙ୍କ ନେତୃତ୍ୱରେ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ୮ଦଫା ସମ୍ବଳିତ ଦାବିପତ୍ର ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି, ରାଜ୍ୟରେ ଭାଜପା ସରକାର ଆସିଲା ଦିନଠାରୁ ଆଦିବାସୀ-ଦଳିତଙ୍କ ଉପରେ ଅନ୍ୟାୟ ଅତ୍ୟାଚାର ବୃଦ୍ଧି ପାଇବାରେ ଲାଗିଛି। ଏହାର ମୂଳୋଉପତ୍ାଟନ ପାଇଁ ଖୋଦ ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦିଅନ୍ତୁ ବୋଲି ନିବେଦନ କରାଯାଇଛି। ପ୍ରମୁଖ ଦାବି ମଧ୍ୟରେ ଯାଜପୁର ଜିଲା ସାହାସପୁରର ଶୁକଦେବ ଦାସଙ୍କୁ ହତ୍ୟା କରିଥିବା ଚାଉମିନ ମାଲିକ ଓ ତାଙ୍କ ସହଯୋଗୀଙ୍କୁ ତୁରନ୍ତ ଗିରଫ, କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ, ଭବାନୀପାଟଣା ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ପ୍ରଥମ ବର୍ଷ ଦଳିତ ଛାତ୍ରୀଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ, ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟରେ ଆଦିବାସୀ ଛାତ୍ରୀଛାତ୍ରଙ୍କ ପ୍ରତି ଅତ୍ୟାଚାରର ନିରପେକ୍ଷ ତଦନ୍ତ କରି ଉଚିତ ଦଣ୍ଡବିଧାନ, ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ତାଙ୍କ ବୈଧାନିକ ପ୍ରାପ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପ୍ରୋମୋଶନ ଦେଇ ଚାକିରିରେ ଅବସ୍ଥାପିତ, କଟକ ଜିଲା ଖୁଣ୍ଟିଆର ଜଣେ ଦଳିତ ନାବାଳକ ହତ୍ୟାକାରୀଙ୍କୁ ଦଣ୍ଡବିଧାନ କରିବା ଅନ୍ୟତମ। ଦାବିପତ୍ର ଦେବା ସମୟରେ ଜିଲା ଡମ ଗଣ୍ଡା ସମାଜ ସଭାପତି ହରିକେଶ ଜାଲ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବାସୁଦେବ ସୁନାନୀ, ଖୁଟୁରାମ ସୁନାନୀ, ଛବି ସାଗର, ବିଜୟ ନାରାୟଣ ଦାସ, ଧମନ ସିଂ ସୁନା, ଚନ୍ଦନ ବଘେଲଙ୍କ ସମେତ ଶତାଧିକ କର୍ମର୍ତ୍ତୋ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri