ସୁଭଦ୍ରା ସଚେତନତାରେ ସାମିଲ ହେଲେ ହିତାଧିକାରୀ: ସରକାରୀ ଯୋଜନାର ଫାଇଦା ନେବାକୁ ମହିଳାଙ୍କୁ ପରାମର୍ଶ

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତରେ ବୁଧବାର ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କିତ ସଭା ଓ ଶୋଭାଯାତ୍ରା ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ସିଡିପିଓ ସନ୍ଧ୍ୟା ରାଣୀ ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ବ୍ଲକ ହେଡକ୍ୱାଟର ଦାରିଙ୍ଗବାଡି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଦାରିଙ୍ଗବାଡିର ବସଷ୍ଟାଣ୍ଡ ସମେତ ଚାରି ଛକ, ତିନିଛକ ଆଦି ଶୋଭାଯାତ୍ରାରେ ଯାଇ ସୁଭଦ୍ରା ଯୋଜନାର ଫାଇଦା ସମ୍ପର୍କରେ ଜନ ସଚେତନ କରାଯାଇଥିଲା।

ଏହି ଯୋଜନାରେ ମହିଳାମାନେ ରୋଜଗାରକ୍ଷମ ହେବା ସହ ସ୍ବାବଲମ୍ବୀ ହୋଇପାରିବେ କ୍ଷୁଦ୍ର ବ୍ୟବସାୟ, ଚାଷ ସମେତ କୁକୁଡ଼ା ପାଳନ, ଗେଣ୍ଡୁ ଫୁଲ ଚାଷ, ଉଦ୍ୟାନ କୃଷି ଆଦି କରି କିଭଳି ସ୍ବାବଲମ୍ବୀ ହେବେ ସେନେଇ ପରାମର୍ଶ ଦିଆଯାଇଥିଲା। ଶୋଭାଯାତ୍ରାରେ ଆସି ଦାରିଙ୍ଗବାଡି ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ପହଞ୍ଚି ସେଠାରେ ବୈଠକ କରାଯାଇ ପରାମର୍ଶ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଓଡିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକ, ପିଇଓ ଦୁଃଶାସନ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ ସମନ୍ବିତ ମହିଳା ଓ ଶିଶୁ ବିକାଶ ଯୋଜନାର ସୁପରଭାଇଜର, ଅଙ୍ଗନାୱାଡି କର୍ମୀ, ମିଶନଶକ୍ତି୍‌ର ମହିଳାମାନେ ଉପସ୍ଥିତ ରହିଥିଲେ। ସମସ୍ତ ହିତାଧିକାରୀ ଏହି ଯୋଜନାରେ କିଭଳି ସାମିଲ ହେବେ ଓ ଫାଇଦା ପାଇବେ ସେନେଇ ଆଲୋଚନା କରାଯାଇଥିଲା। ସେହିପରି ସମସ୍ତ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri