Posted inଜାତୀୟ

୨ ଅଟୋ ଉପରେ ଓଲଟିଲା ଟ୍ରକ: ୧୬ ମୃତ

ଶାହଜାହାନପୁର,୨୭।୮: ଉତ୍ତରପ୍ରଦେଶ ଶାହାଜାହାନପୁର ଜିଲାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ୨ଟି ଅଟୋ ଉପରେ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଶାହାଜାହାନପୁର ଜିଲା ରୋଜା ଥାନା ଅଞ୍ଚଳରେ ମଙ୍ଗଳରେ ଲକ୍ଷ୍ନୌ-ଦିଲ୍ଲୀ ଜାତୀୟ ରାଜପଥରେ ଏକ ଟ୍ରକ ଭାରସାମ୍ୟ ହରାଇ ସେହି ରାସ୍ତାରେ ଯାଉଥିବା ୨ଟି ଅଟୋକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୬ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି। ଗୁରୁତର ଆହତଙ୍କ ମଧ୍ୟରୁ କିଛି ବ୍ୟକ୍ତିଙ୍କ ସ୍ବସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଅପରପକ୍ଷରେ ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ରାଶି ଓ ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri